ଦୈନିକ ରାଶିଫଳ: 09 ଜାନୁୟାରୀ ୨୦୨୧, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀ ମାସ ୯ତାରିଖ, ଶନିବାର, ଧନୁମାସ ୨୬ଦିନ, ପୌଷମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର, ପ୍ରାତଃ ୬ଟା ୫୭ମିନିଟ୍ ଗତେ ବିଛା ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ, ସନ୍ଧ୍ୟା ୭ଟା ୧୭ମିନିଟ୍ ପରେ ପୋଇ ମସୁରଡାଲି ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୭ଟା ୫୫ମିନିଟ୍ ରୁ ୯ଟା ୯ମିନିଟ୍, ଦିବା ୧୨ଟା ୧୬ମିନିଟ୍ ରୁ ୧ଟା ୧୪ମିନିଟ୍, ଦିବା ୨ଟା ୩୮ମିନିଟ୍ ରୁ ୩ଟା ୮ମିନିଟ୍, ଦିବା ୩ଟା ୫୪ମିନିଟ୍ ରୁ ୫ଟା ୧୯ମିନିଟ୍ । ପର୍ବଦିନ- ସର୍ବ ସମ୍ମତ ସଫଳା ଏକାଦଶୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ଗୁପ୍ତଶତୃଙ୍କ ଦ୍ୱାରା ହଇରାଣ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ପାଠ ପଢ଼ାରେ ମନଯୋଗ ଦେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବା ସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ସିଂହ:-

ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କନ୍ୟା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ବିଦ୍ୟାର୍ଥିମାନେ ସଫଳ ହେବେ । ଆର୍ଥିକକ୍ଷେତ୍ରରେ ଉନ୍ନତିହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-

ସନ୍ତାନ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି । ପ୍ରତିକାର:-ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । ବ୍ୟବସାୟ ରେ ଆଶାତୀତ ଲାଭ ପାଇବେ । ଶରୀର ସୁସ୍ଥ ରହିବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ । ଦୂର ସ୍ଥାନକୁ ଯାତ୍ରା କରିବେ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଗୃହବାହନ ପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନରେ ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମୀନ:-

ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!