ଦୈନିକ ରାଶିଫଳ: ୦୯ ଜୁଲାଇ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୯ ତାରିଖ, ଗୁରୁବାର, ମିଥୁନ ମାସ ୨୫ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି, ଦିବା ୧୦ଟା ୧୧ମିନିଟ୍ ଗତେ ପଞ୍ଚମୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ, ଦିବା ୧୦ଟା ୧୧ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୮ମିନିଟ୍ ରୁ ୬ଟା ୯ମିନିଟ୍, ସକାଳ ୯ଟା ୪୧ମିନିଟ୍ ରୁ ୧୧ଟା ୨୪ମିନିଟ୍, ସନ୍ଧ୍ୟା ୭ଟା ୧୦ମିନିଟ୍ ରୁ ରାତ୍ର ୯ଟା ୧୮ମିନିଟ୍। ପର୍ବଦିନ ନାଗ ଚତୁର୍ଥୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ପାଇବେ। ଶିକ୍ଷାକ୍ଷେତ୍ରରେ ଊତ୍ସାହ ବୃଦ୍ଧି ପାଇବ। ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟ ସମସ୍ୟା ସୁଧୁରି ଯିବ।  ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ହେବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମିଥୁନ:-

କର୍ମକ୍ଷେତ୍ରରେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ସରକାରୀ କାର୍ଯ୍ୟରେ ସଫଳତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଅଧିକ ଲାଭ ମିଳିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ର ମାନଙ୍କର ସହଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ କଥାବାର୍ତ୍ତା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରୀକ୍ଷା, ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:– ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି କରିବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଫଳରେ ଆଶା ଆକାଂକ୍ଷା, ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ଜୀବନ ସୁଖମୟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସୁଖ, ସମ୍ପତ୍ତି ଲାଭ ହେବ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ପାରନ୍ତି। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ ବିକ୍ରୟ ନକରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବା ସହ ପରିବାରରେ ମାନ ମନାନ୍ତର ଦୂର ହେବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ।  କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।  

ଧନୁ:-

ଶୁଭ ସମ୍ବାଦପାଇ ଖୁସିହେବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବା ସହ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବା ଫଳରେ ଉତ୍ସାହିତ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଗଛିତ ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ।  ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ।ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍।  ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ।  ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ପରିବା ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟାକରି ପାରନ୍ତି। ସାମାଜିକ କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!