ଦୈନିକ ରାଶିଫଳ: 09 ଜୁଲାଇ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୯ ତାରିଖ, ଶୁକ୍ରବାର, ମିଥୁନ ମାସ ୨୫ ଦିନ, ଆଷାଢ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ଧୃବ ଯୋଗ, ଶକୁନି କରଣ, ପ୍ରାତଃ ୫ଟା ୧୬ମିନିଟ୍ ଗତେ ଚତୁଷ୍ପଦ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଆମିଷ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ପ୍ରାତଃ ୫ଟା ୧୬ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭବେଳା-ଦିବା ୧୦ଟା ୧୩ମିନିଟ୍ ରୁ ଦିବା ୧୧ଟା ୫୧ମିନିଟ୍ । ଦିବା ୮ଟା ୩୪ମିନିଟ୍ ରୁ ଦିବା ୧୦ଟା ୧୩ମିନିଟ୍ । ରାତ୍ରି ୯ଟା ୮ମିନିଟ୍ ରୁ ରାତି ୧୦ଟା ୩୦ମିନିଟ୍ । ସୁଦ୍ଧଶୁଭସମୟ- ପ୍ରାତଃ ୬ଟା ୧୧ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୨୪ମିନିଟ୍ ରୁ ରାତ୍ର ୮ଟା ୩୫ମିନିଟ୍, ରାତ୍ର ୧୨ଟା ୫୮ମିନିଟ୍ ରୁ ୩ଟା ୬ମିନିଟ୍ । ପର୍ବଦିନ- ଶ୍ରୀମନ୍ଦିରରେ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ, ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ ।

ମେଷ:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବୁଧା ପାଇ ଖୁସି ହେବେ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ୍ ହେବା ସହ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଶିକ୍ଷାକ୍ଷେତ୍ରରେ ସୌଭାଗ୍ୟଶାଳୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, ଥଣ୍ଡାପାନୀୟ, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ଶିକ୍ଷା କ୍ଷେତ୍ରରେ ଆଦୌ ମନଲାଗିବ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ପରୀକ୍ଷା ଓ ସାକ୍ଷାତକାରରେ ମନୋକାମନା ପୂରଣ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପୁରାତନ ରୋଗର ଉପଶମହୋଇ ଶରୀରସୁସ୍ଥ ରହିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ପ୍ରେମିକ ପ୍ରେମିକାମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଛାତ୍ର ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ସୁଯୋଗ ଆସିବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-

ସାମ୍ବାଦିକ ମାନେ ଦୃଢସଂକଳ୍ପ ନେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ କର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ । ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ । ପୂରାତନ ବନ୍ଧୁ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ । ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚ ପ୍ରଶଂସା ଲାଭ କରିବେ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଦୃଢସଂକଳ୍ପ ଫଳରେ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ । ବିଦ୍ୟାର୍ଥିମାନେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ବନ୍ଧୁମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଅଧିକପରିଶ୍ରମ କରି ସାମାନ୍ୟଲାଭ ପାଇବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଯ ପୂର୍ଣ୍ଣ ସଂପର୍କ ରହିବ । ଦାମ୍ପତ୍ୟଜୀବନ ଆନନ୍ଦମୟ ହେବ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନ ସାଧାରଣଙ୍କ ମନ କିଣିପାରିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-

ପାରିବାରିକ ଅଶାନ୍ତି ଦୂରେଇ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଉନ୍ନତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ ସମସ୍ୟାରେ ସଫଳ ହେବେ । ବାଦବିବାଦ, ଖେଳକୁଦ, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟଲାଭ କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ବାଦବିବାଦ, ଖେଳକୁଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କଠିନ ପରିଶ୍ରମ କରିବା ଫଳରେ ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ପରିବାରରେ ଶାନ୍ତି ବିରାଜମାନ କରିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ । ଉଚ୍ଚପଦାଧିକାରୀଙ୍କ ସାହାଯ୍ୟ ପ୍ରାପ୍ତି ହୋଇ ସକଳ କାର୍ଯ୍ୟରେ ସଫଳ ହେବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ କର୍ମବ୍ୟସ୍ତତାରେ ସମୟ କାଟିବେ । ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟ ଠିକ୍ ରହିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । କୌଣସି ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ନୂତନ ବନ୍ଧୁ ମିଳନ ହେତୁ ମନଖୁସୀ ରହିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଯେଉଁ କାର୍ଯ୍ୟ ପାଇଁ ପ୍ରୟାସରତ ଥିଲେ ତାହା ଶୀଘ୍ର ପୂରଣ ପାଇଁ ଯୋଜନା କରି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-

ପରୀକ୍ଷା ଓ ସାକ୍ଷାତକାରରେ ମନୋକାମନା ପୂରଣ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!