୨୦୨୨ମସିହା, ଜୁଲାଇମାସ ୯ତାରିଖ, ଶନିବାର, ମିଥୁନମାସ ୨୫ଦିନ, ଆଷାଢମାସ, ଶୁକ୍ଳପକ୍ଷ, ଦଶମୀତିଥି, ସ୍ଵାତୀନକ୍ଷତ୍ର ଦିବା ୧୧ଟା ୨୩ମିନିଟ୍ ପରେ ବିଶାଖା ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର । ସିଦ୍ଧ ଯୋଗ ସକାଳ ୬ଟା ୪୭ମିନିଟ୍ ପରେ ସାଧ୍ୟ ଯୋଗ । ତୈତିଳ କରଣ ପ୍ରାତଃ ୫ଟା ୩୭ମିନିଟ୍ ପରେ ଗର କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । କଳମଶାଗ ନ ଖାଇଲେ ଭଲ ଦିବା ୪ଟା ୩୯ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୪ଟା ୩୯ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୧୭ମିନିଟ୍ ରୁ ୬ଟା ୫୬ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୩ଟା ୮ମିନିଟ୍, ଦିବା ୪ଟା ୪୭ମିନିଟ୍ ରୁ ସନ୍ଧ୍ୟା ୭ଟା ୪୭ମିନିଟ୍, ରାତ୍ର ୩ଟା ୫୬ମିନିଟ୍ ରୁ ୫ଟା ୧୮ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୪ମିନିଟ୍ ରୁ ୧୨ଟା ୧୭ମିନିଟ୍, ଦିବା ୩ଟା ୯ମିନିଟ୍ ରୁ ୩ଟା ୪୭ମିନିଟ୍, ରାତ୍ର ୭ଟା ୪୮ମିନିଟ୍ ରୁ ୭ଟା ୫୧ମିନିଟ୍, ରାତ୍ର ୧୧ଟା ୩୧ମିନିଟ୍ ରୁ ୧ଟା ୩୯ମିନିଟ୍, ରାତ୍ର ୩ଟା ୮ମିନିଟ୍ ରୁ ୩ଟା ୫୫ମିନିଟ୍ । ପର୍ବଦିନ- ବାହୁଡା ଯାତ୍ରା, ବାହୁଡା ଦଶମୀ ।
ମେଷ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇ ପାରେ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଦୂରଯାତ୍ରାରେ ସଫଳ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । ଧନଲାଭ ହେବାରୁ ଖୁସି ହେବେ । ଶୁଭକାର୍ଯ୍ୟ କରି ପ୍ରଶଂସା ପାଇବେ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।
ବୃଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଠାରୁ କିଛି ଅର୍ଥ ଆଦାୟହେବ । ରାଜନୀତି କାର୍ଯ୍ୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
କର୍କଟ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ବିଦ୍ୟାରେ ଉନ୍ନତି କରିବେ । ରାଜନୈତିକ କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ବ୍ୟୟ ଅଧିକ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ସିଂହ:-ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ବରଂ ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବେ । ଛାତ୍ରଛାତ୍ରୀ ମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବାଦବିବାଦ, ପ୍ରତିଦ୍ୱନ୍ଦିତା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ଯୋଜନା ସଫଳ ହୋଇପାରିବ । ରାଜନୀତିରେ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନାଅଛି । ଋଣ ଭରଣାରେ ସହଜ ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମକର:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରିପାରିବେ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚିତପନ୍ଥା ଗ୍ରହଣ କଲେ ସୁଖ ସମ୍ପଦ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ସୁଖ ଶାନ୍ତିରେ ଦିନଟି କଟାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ସବୁଥିରେ ସଫଳତା ମିଳିବ । କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ରାଜନୀତି କ୍ଷେତ୍ରରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ତଳ ମହଲରୁ ଆଶାତୀତ ଲାଭ ପାଇ କାର୍ଯ୍ୟକ୍ଷେତ୍ରରେ ତିଷ୍ଠି ରହିପାରିବେ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।