୨୦୨୨ ମସିହା, ଜୁନମାସ ୯ତାରିଖ, ଗୁରୁବାର, ବୃଷମାସ ୨୬ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ନବମୀତିଥି ସକାଳ ୮ଟା ୨୧ମିନିଟ୍ ପରେ ଦଶମୀ ତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ । କୌଳବ କରଣ ସକାଳ ୮ଟା ୨୧ମିନିଟ୍ ପରେ ତୈତିଳ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ସକାଳ ୮ଟା ୨୧ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ସକାଳ ୮ଟା ୨୧ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୩ଟା ୩ମିନିଟ୍ ରୁ ସନ୍ଧ୍ୟା ୬ଟା ୨୧ମିନିଟ୍, ରାତ୍ରି ୧୧ଟା ୪୫ମିନିଟ୍ ରୁ ରାତ୍ରି ୧ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୨ମିନିଟ୍, ଦିବା ୯ଟା ୩୫ମିନିଟ୍ ରୁ ୧୧ଟା ୧୮ମିନିଟ୍, ସନ୍ଧ୍ୟା ୭ଟା ୫ମିନିଟ୍ ରୁ ୯ଟା ୧୩ମିନିଟ୍, ରାତ୍ର ୧ଟା ୮ମିନିଟ୍ ରୁ ୨ଟା ୧୬ମିନିଟ୍, ରାତ୍ର ୩ଟା ୪୫ମିନିଟ୍ ରୁ ୫ଟା ୯ମିନିଟ୍ ।
ମେଷ:-କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ରାଜନୈତିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବା ସହ ବହୁବିଧ ଲାଭ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ବୃଷ:-ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ରାଜନୀତିରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କର୍କଟ:-ଶତୃମାନେ ପରାଜିତ ହେବେ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ପରିବାରରେ ସୁଖ ଶାନ୍ତିର ବାତାବରଣ ଜାରି ରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ସିଂହ:-ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ଦୂରଯାତ୍ରାର ସୁଯୋଗ ମିଳିବ । ନୂତନ କାର୍ଯ୍ୟରେ ଉନ୍ନତି ହେବ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ନୂତନପନ୍ଥା ଅନୁସରଣ କଲେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ତୁଳା:-ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟରେ ଉନ୍ନତି କରିବେ । ବିଦ୍ୟାରେ ଉନ୍ନତି କରିବେ । ଭାବନାର ବଶୀଭୂତ ହୋଇ ଅମିନ୍, ଜାମିନି, ମଧ୍ୟସ୍ଥତା କରି ସ୍ଵନମ ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଶିଳ୍ପବାଣିଜ୍ୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ହସଖୁସିରେ ସମୟ ବିତାଇବେ । ବ୍ୟବସାୟରେ ଲାଭବାନ ହେବେ । ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧିପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିରୋଧିମାନେ ଦୂରେଇ ଯିବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।