ଦୈନିକ ରାଶିଫଳ: 09 ମାର୍ଚ୍ଚ 2021, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୯ତାରିଖ, ମଙ୍ଗଳବାର, କୁମ୍ଭ ମାସ ୨୬ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ଦିବା ୩ଟା ୨ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଶୁଭସମୟ- ସକାଳ ୯ଟା ୧ମିନିଟ୍ ରୁ ୧୦ଟା ୪୫ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୧ଟା ୨୪ମିନିଟ୍, ଦିବା ୪ଟା ୨୩ମିନିଟ୍ ରୁ ୫ଟା ୨ମିନିଟ୍, ସନ୍ଧ୍ୟା ୫ଟା ୫୧ମିନିଟ୍ ରୁ ୬ଟା ୩୮ମିନିଟ୍, ରାତ୍ର ୯ଟା ୭ମିନିଟ୍ ରୁ ୧୧ଟା ୩୧ମିନିଟ୍ । ପର୍ବଦିନ-ସର୍ବସମ୍ମତ ପଙ୍କୋଦ୍ଧାର ଏକାଦଶୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମାନସିକ ଅଶାନ୍ତି ଦୂର ହେବ । ଯାନବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ । ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ । ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୈତିକ କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଶୁଭ ସମ୍ବାଦ ପ୍ରାପ୍ତି ହେବ । ନୂତନ ଗୃହୋପକାରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଖେଳକୁଦ ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଉନ୍ନତି ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ ଓ ମାନ-ସମ୍ମାନ ବୃଦ୍ଧି ହେବ । କୌଣସି ସମ୍ମିଳନୀରେ ଯୋଗଦେଇ ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁମାନେ ମିତ୍ରତା ଆଚରଣ କରିବେ । ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ରାଜନୈତିକ କ୍ଷେତ୍ରରେ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସମସ୍ତକାର୍ଯ୍ୟରେ ସଫଳତା ମିଳିବ । ବିଦ୍ୟାରେ ଉନ୍ନତି ହେବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ରାଜନୈତିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆର୍ଥିକ ଉନ୍ନତି ହେବା ସହ ଶୁଭ ସମ୍ବାଦ ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା ଖେଳକୁଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଧନୁ:-

ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରିବାରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖି ପାରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ରାଜନୀତି କ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବା ଫଳରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରି ପାରିବେ । କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ଆୟ ବୃଦ୍ଧି ଓ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ନୂତନବନ୍ଧୁଙ୍କୁପାଇ ଖୁସୀ ଅନୁଭବ କରିବେ । ଗୃହୋପକରଣ କ୍ରୟ କରିବେ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ସମ୍ମାନ ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!