ଦୈନିକ ରାଶିଫଳ: 09 ମାର୍ଚ୍ଚ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୯ ତାରିଖ, ଗୁରୁବାର, କୁମ୍ଭମାସ୨୫ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି ରାତ୍ରି ୮ଟା ୫୪ମିନିଟ ପରେ ତୃତୀୟା ତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ଗଣ୍ଡ ଯୋଗ ରାତି ୯ଟା ୭ ମିନିଟ ପରେ ବୃଦ୍ଧିଯୋଗ। ତୈତିଳ କରଣ ଦିବା ୮ଟା ୨୧ମିନିଟ୍ ପରେ ଗର କରଣ। ତୁଳା ଓ କୁମ୍ଭ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ବୋଇତି କଖାରୁ ନ ଖାଇଲେ ଭଲ ରାତି ୮ଟା ୫୪ ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ। ଯୋଗିନୀ- ଉତ୍ତରେ ରାତି ୮ଟା ୫୪ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୨ଟା ୫୪ମିନିଟ ରୁ ୫ଟା ୫୦ମିନିଟ୍, ରାତ୍ରି ୧୧ଟା ୫୭ ମିନିଟ ରୁ ୧ଟା ୨୮ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୦୪ମିନିଟ୍ ରୁ ୭ଟା ୩୮ମିନିଟ୍, ଦିବା ୧୦ଟା ୪୬ମିନିଟ୍ ରୁ ୧ଟା ୦୮ମିନିଟ୍, ରାତ୍ରି ୨ଟା ୪୭ ମିନିଟ ରୁ ୩ଟା ୩୬ ମିନିଟ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି ଅଥବା ଏକ ନୂତନ ଯୋଜନା ସ୍ଥିରିକୃତ କରିପାରନ୍ତି ଯାହା କି ଆପଣଙ୍କପାଇଁ ପ୍ରଚୁର ଲାଭ ଆଣିଦେବ। ଦୂରସ୍ଥାନକୁ ଯାତ୍ରା କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ନୂତନ ଉପାର୍ଜନକ୍ଷମ ହେବେ ଯାହାକି ଜୀବନର ଗତିକୁ ବଦଳାଇ ଦେବ। ପାରିବାରିକ ଜୀବନରେ ସୁଖ ଶାନ୍ତି ଲାଭ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବୃଷ:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ସରକାରୀ କର୍ମଚାରୀ ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ବ୍ୟବସାୟିକ କ୍ଷେତ୍ରରେ ଅଧିକ ଉନ୍ନତି ପଥରେ ଅଗ୍ରସର ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

କର୍କଟ:-ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ଆୟ ଉପାର୍ଜନରେ ବାଧା ନାହିଁ। ବ୍ୟବହାର କୁଶଳତାକୁ ଆଧାରକରୀ ସାଧାରଣ ବର୍ଗଙ୍କ ସହାୟତା ପାଇବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ ସନ୍ତୋଷରେ କଟିବ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ।ଫଲ୍ୟ ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଉଚ୍ଚାଧିକାରୀ ଓ ସରକାରୀ ଅଧିକାରୀ ମାନଙ୍କର ସମର୍ଥନ ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ସୁନାମ ଖ୍ୟାତି ଚାରିଆଡେ ବ୍ୟାପିଯିବ ଓ ସମାଜରେ ଲୋକପ୍ରିୟତା ଉଚ୍ଚତାର ଶୀଖରରେ ପହଁଞ୍ଚିବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଆୟ ଅପରିବର୍ତ୍ତିତ ରହିଲେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ହସ ଖୁସିରେ ସମୟ ବିତିବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!