ସାପ୍ତାହିକ ରାଶିଫଳ: ୦୯ ମାର୍ଚ୍ଚ ରୁ ୧୫ ମାର୍ଚ୍ଚ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପଦୋନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସେବାୟତ ମାନଙ୍କ ଉପରେ କର୍ତ୍ତୃତ୍ଵ ବିସ୍ତାର କରି କାର୍ଯ୍ୟ ହାସଲ କରିବେ। ଗୁରୁଜନଙ୍କ ସ୍ନେହ-ସହାନୁଭୁତି ହାସଲରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ପାଇ ଯିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂରେଇ ଯିବ। ସ୍ଥଳ ବିଶେଷେ ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷର କାରଣ ହେବ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇବେ। ଧୀର ସ୍ଵଭାବ, ସ୍ଥିରଚିତ୍ତ ଓ ଦୃଢ ବିଚାର ବଳରେ ବିଶେଷ ଉପକୃତ ହେବେ। ମାଲିକ ସପକ୍ଷ ସଂଗଠନର ନେତୃତ୍ଵ ନେଇ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟି ହେବ। ଆୟ ଉତ୍ତମ, ଶରୀର ସୁସ୍ଥ ରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ଜାରି ରହି ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଓ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ। ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ଗସ୍ତ କାର୍ଯ୍ୟ କ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବା ସହ ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ। ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣ କରି ଆନନ୍ଦିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ। ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ଜଟିଳ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପାରିବାରିକ ଜୀବନ ସୁଖରେ କାଟିବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ବ୍ୟବସାୟରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ଲକ୍ଷ୍ୟହାସଲ ହିଁ ମୂଳ ଆଭିମୁଖ୍ୟ ହେବ। ପରିବାରରେ ମାନ ମନାନ୍ତର ଦୂର ହୋଇ ସୁଖ ଶାନ୍ତି ମିଳିବ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ର ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। କାରବାରର ସୀମା ବଢାଇବା ଫଳରେ ସନ୍ତୋଷ ଦେଖା ଦେବ। ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସିହେବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ନାନା ବାଟରେ ଧନାଗମ ଘଟିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ପାରିବାରିକ ସ୍ତରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯାଇ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ ଏବଂ ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା କରିବେ। ପ୍ରେମୀ ପ୍ରେମିକାଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି  ସହ ସଫଳତା ଲାଭ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ  ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ମନ ଖୁସି କରିବେ। ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ କ୍ଷେତ୍ରରେ ସର୍ବ ଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଯୋଗେ ଚିତ୍ତପ୍ରସନ୍ନ ରହିବ। ବ୍ୟବସାୟରେ ଉଚ୍ଚ ଆଶାରେ ଆଗେଇ କାର୍ଯ୍ୟ ସିଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ।  ରାଜନୀତି କ୍ଷେତ୍ରରେ ଉଚ୍ଚଆଶା ସଫଳ ହୋଇ ଦୂରଯାତ୍ରାରେ ଲାଭପାଇବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ।  ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକଯୁବତୀ ମାନେ ଉତ୍ସାହ ବର୍ଦ୍ଧକ ସମାଚାର ପାଇବେ। ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ବିଦେଶ ଯାତ୍ରାର ସୁଯୋଗ ଆସିବ। ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ସ୍ଥିତି ଅଟଳ ରଖି ପାରିବେ। କର୍ମ ସନ୍ଧାନିମାନେ କର୍ମ ନିଯୁକ୍ତି ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘ ଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!