ଦୈନିକ ରାଶିଫଳ: ୦୯ ମଇ ୨୦୨୦, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୯ତାରିଖ, ଶନିବାର, ମେଷମାସ ୨୭ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ଅନୁରାଧା ନକ୍ଷତ୍ର ପ୍ରାତଃ ୬ଟା ୩୪ମିନିଟ୍ ପରେ ଜ୍ୟେଷ୍ଠାନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର।  ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୭ମିନିଟ୍ ରୁ ୧ଟା ୧ମିନିଟ୍, ରାତ୍ର ୮ଟା ୨୩ମିନିଟ୍ ରୁ ୧୦ଟା ୩୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତାଦୂର ହୋଇ ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୀତିରେ ବିଶେଷ ଲାଭବାନ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପୁରାତନ ରୋଗ ପୀଡାରୁ ଉପସମ ହେବା ସହ ବନ୍ଧୁଙ୍କ ସହ ଯୋଗାଯୋଗ ଫଳରେ ଆନନ୍ଦିତ ହେବେ।  ଶୁଭକାମ କରି ପ୍ରଶଂସିତ ହେବେ। ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପାରିବାରିକ ସ୍ତର ହସ ଖୁସିରେ କଟିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢି ସନ୍ତୋଷ ଜନକ ହେବା ଯୋଗେ ମାନସିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟରେ ଆଶାତୀତ ଲାଭପାଇ ମନ ଖୁସି ରହିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପୁରାତନ ରୋଗର ଉପସମ ହେବା ସହ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟରେ ବିଶେଷ ଲାଭାନ୍ଵିତ ହେବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ କିଛି ଖର୍ଚ୍ଚ ହୋଇଯିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଶତୃମାନେ ପରାଜିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଶତୃ ଓ ବିରୋଧୀ ମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପଡାପଡୋଶୀ ଓ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଜାଗା, ଜମି ବ୍ୟବସାୟ ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସୁଖ ଶାନ୍ତିରେ ଦିନ କଟାଇବେ। ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କିମ୍ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି।  ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!