ଦୈନିକ ରାଶିଫଳ: 09 ମଇ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୯ ତାରିଖ, ରବିବାର, ମେଷମାସ ୨୬ ଦିନ, ବୈଶାଖମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । ମେଷରାଶିର ଘାତବାର । ଧନୁରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୮ମିନିଟ୍ ରୁ ୯ଟା ୩୩ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୫୪ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୨ଟା ୫ମିନିଟ୍ ରୁ ୧ଟା ୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଲୋକମାନଙ୍କୁ ଆପଣେଇ ନବାରେ ସଫଳ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ଆୟ ଆଶାତୀତ ହେବ । ନୂତନ ବନ୍ଧୁ ଭେଟ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:-

ଶରୀରସୁସ୍ଥ ରହିବା ସହ ଆୟ ଉତ୍ତମ ହୋଇ ଆର୍ଥିକସ୍ଥିତି ଭଲ ରହିବ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ବହୁତ ଲାଭ ମିଳିବ । ଦେହମନ ଭଲ ରହିବା ଫଳରେ ଉତ୍ସାହିତ ହେବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ଅଧା ହୋଇଥିବା କାର୍ଯ୍ୟ ଅତି ସହଜରେ ପୂରଣ କରି ପାରିବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ସମାଜ କଲ୍ୟାଣ କାର୍ଯ୍ୟରେ ମନ ଯୋଗ ଦେବା ଫଳରେ ବିଶେଷ ଲାଭବାନ ହେବେ । ଆଧ୍ୟାତ୍ମିକ ଭାବନାରେ ରୁଚି ଓ ଧ୍ୟାନ ଯୋଗରେ ନିମଗ୍ନ ରହିବେ । ରାଜନୀତିରେ ସଫଳତା ପାଇବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବ୍ୟବସାୟରେ ଦୀର୍ଘଦିନର ଆଶା ପୂରଣ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରତିକାର- କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-

ବିତିଯାଇଥିବା ମାମଲାରେ ସଫଳତା ମିଳିବା ସହ ନିଜର ଚେଷ୍ଟା ସଫଳ ହେବା ଫଳରେ ଲାଭର ମାତ୍ରା ବଢ଼ିବ । ଲୋକମାନଙ୍କୁ ଆପଣେଇ ନବାରେ ସଫଳହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ ଓ ଗୃହରେ ଧାର୍ମୀକ କାର୍ଯ୍ୟର ଆୟୋଜନ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ସାଂସାରିକ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ସହ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପରିବାରରେ ସମସ୍ତ ଆଶା ପୂରଣ ହୋଇ ସାଧାରଣ ବାତାବରଣ ଜାରି ରହିବା ସହ ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ଦୀର୍ଘଦିନରୁ ଅଟକି ଥିବା ନିର୍ମାଣାଧୀନ କାମ ବରିଷ୍ଠ ବ୍ୟକ୍ତିଙ୍କ ସୌଜନ୍ୟରୁ ପୁନରାୟ ଚାଲୁହେବା ଫଳରେ ମାନସିକ ଶାନ୍ତି ଦେଖାଦେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ଧନୁ:-

ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲାଭଦାୟକ ହେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନଟି କଟାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-

ସମସ୍ତ ପ୍ରକାର କାର୍ଯ୍ୟରେ ଅତି ଉତ୍ତମ ଫଳ ପାଇବେ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ବ୍ୟବସାୟକୁ ପ୍ରଚାର ପ୍ରସାର କରିବା ପାଇଁ ଉଦ୍ୟମ କରିବେ । ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ । ରାଜନୀତିରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ରାଜନୀତିରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!