ଦୈନିକ ରାଶିଫଳ: 09 ମଇ 2022, ମହାଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୯ତାରିଖ, ସୋମବାର, ମେଷମାସ ୨୬ଦିନ, ବୈଶାଖମାସ ଶୁକ୍ଳପକ୍ଷ, ଅଷ୍ଟମୀତିଥି, ସନ୍ଧ୍ୟା ୬ଟା ୩୨ମିନିଟ୍ ଗତେ ନବମୀ ତିଥି, ଅଶ୍ଳେଷା ନକ୍ଷତ୍ର କର୍କଟ ରାଶିରେ ଚନ୍ଦ୍ର, ସନ୍ଧ୍ୟା ୫ଟା ୭ମିନିଟ୍ ପରେ ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ ରାତି ୮ଟା ୪୨ମିନିଟ୍ ପରେ ଧୃବ ଯୋଗ । ବିଷ୍ଟି କରଣ ପ୍ରାତଃ ୫ଟା ୫୧ମିନିଟ୍ ପରେ ବବ କରଣ । ମିଥୁନ ରାଶିର ଘାତବାର । ସନ୍ଧ୍ୟା ୫ଟା ୭ମିନିଟ୍ ପରେ କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୩୨ମିନିଟ୍ ପରେ ଲାଉ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଐଶାନ୍ୟେ ସନ୍ଧ୍ୟା ୬ଟା ୩୨ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୫୩ମିନିଟ୍ ରୁ ୮ଟା ୩୦ମିନିଟ୍, ଦିବା ୨ଟା ୫୬ମିନିଟ୍ ରୁ ୪ଟା ୩୨ମିନିଟ୍, ରାତ୍ରି ୧୦ଟା ୧୯ମିନିଟ୍ ରୁ ୧୧ଟା ୪୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୮ମିନିଟ୍ ରୁ ୬ଟା ୫୨ମିନିଟ୍, ଦିବା ୧୦ଟା ୨୭ମିନିଟ୍ ରୁ ଦିବା ୧୨ଟା ୫୯ମିନିଟ୍, ଦିବା ୪ଟା ୩୩ମିନିଟ୍ ରୁ ୫ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୫୪ମିନିଟ୍ ରୁ ରାତ୍ର ୯ଟା ୬ମିନିଟ୍, ରାତ୍ର ୧୧ଟା ୪୪ମିନିଟ୍ ରୁ ରାତ୍ର ୨ଟା ୧୭ମିନିଟ୍ । ପର୍ବଦିନ- ରବୀନ୍ଦ୍ରନାଥ ଠାକୁର ଜୟନ୍ତୀ ।

ମେଷ:-ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କେତେକ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବା ଫଳରେ ଅନେକ ସୁବିଧା ସୁଯୋଗ ମିଳିପାରେ । ପ୍ରେମୀ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ରାଜନେତାମାନେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ସୁଯୋଗ ମିଳି ପାରେ । ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ସେୟାର ବଜାରରେ ମୁନାଫା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଆର୍ଥିକ ଚିନ୍ତା ଦୁରହେବ । ରାଜନୀତି କାର୍ଯ୍ୟରେ ବିରୋଧୀ ମାନେ ହଇରାଣ ହୋଇ ମଥାନତ କରିବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସାମାଜିକ ଉତ୍ସବରେ ଯୋଗ ଦେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପରିବାରରେ କିମ୍ବା କୁଟୁମ୍ବରେ ଶୁଭ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା କରିବାକୁ ପଡିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଅଚାନକ ଧନ ପ୍ରାପ୍ତି ହୋଇ ଆର୍ଥିକ ଉନ୍ନତି ହେବ । ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ସହ ନୂତନ ଦ୍ରବ୍ୟ କ୍ରୟ କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କୁମ୍ଭ:-ସରକାରୀ କାମରେ ସଫଳତା ପାଇବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ରାଜନୀତିରେ ସଫଳତା ମିଳିବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

ମୀନ:-ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଭ୍ରମଣ କରିବାର ସୁଯୋଗ ଅଛି । ରାଜନୀତି କାର୍ଯ୍ୟରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!