ଦୈନିକ ରାଶିଫଳ: 9 ନଭେମ୍ବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୯ତାରିଖ, ସୋମବାର, ତୁଳାମାସ ୨୪ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ପ୍ରାତଃ ୬ଟା ୫୧ମିନିଟ୍ ଗତେ ନବମୀ ତିଥି କ୍ଷୟ, ଅଶ୍ଳେଷାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର, ସକାଳ ୮ଟା ୪୧ମିନିଟ୍ ଗତେ ମଘାନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ସକାଳ ୮ଟା ୪୧ମିନିଟ୍ ପରେ କର୍କଟ, ମକର ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୬ମିନିଟ୍ ରୁ ୭ଟା ୧୮ମିନିଟ୍, ଦିବା ୮ଟା ୫୫ମିନିଟ୍ ରୁ ୧୧ଟା ୭ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ୯ଟା ୫୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା କରି କଷ୍ଟ ଭୋଗି ପାରନ୍ତି। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଋଣ ଭରଣାରେ ସହଜ ହେବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:-

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶତୃମାନେ ପରାଜିତ ହେବେ। ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ରେ କୃତକାର୍ଯ୍ୟ ହେବେ। ବିରୋଧିମାନେ ଦୂରେଇ ଯିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ଓ ଶତ୍ରୁମାନେ ମଥାନତ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଦୁଃଶ୍ଚିନ୍ତା ଦୂର ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-

ଦୂରସ୍ଥାନକୁ ଯାତ୍ରା କରିବେ। କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ବ୍ୟବସାୟ କ୍ଷେତ୍ରରେ ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରି ପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁଆ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପୈତୃକ ସମ୍ପତ୍ତିକୁ ନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!