ଦୈନିକ ରାଶିଫଳ: 09 ନଭେମ୍ବର 2022, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୯ତାରିଖ, ବୁଧବାର, ତୁଳାମାସ ୨୪ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି ସନ୍ଧ୍ୟା ୫ଟା ୧୭ମିନିଟ୍ ପରେ ଦ୍ଵିତୀୟାତିଥି, କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର ସକାଳ ୭ଟା ୫୮ମିନିଟ୍ ପରେ ବୃଷ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ । କୌଳବ କରଣ ସନ୍ଧ୍ୟା ୫ଟା ୧୭ମିନିଟ୍ ପରେ ତୈତିଳ କରଣ । କର୍କଟ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର ସକାଳ ୭ଟା ୫୮ମିନିଟ୍ ପରେ ବିଛା ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ସନ୍ଧ୍ୟା ୫ଟା ୧୭ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ସନ୍ଧ୍ୟା ୫ଟା ୧୭ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୪୨ମିନିଟ୍ ରୁ ଦିବା ୧୦ଟା ୬ମିନିଟ୍, ଦିବା ୧୧ଟା ୩୦ମିନିଟ୍ ରୁ ଦିବା ୧୨ଟା ୫୪ମିନିଟ୍, ରାତ୍ରି ୨ଟା ୪୩ମିନିଟ୍ ରୁ ୪ଟା ୧୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୬ମିନିଟ୍ ରୁ ୮ଟା ୮ମିନିଟ୍, ଦିବା ୧୦ଟା ୨୪ମିନିଟ୍ ରୁ ୧୧ଟା ୨୯ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୩ଟା ୩୫ମିନିଟ୍, ସନ୍ଧ୍ୟା ୫ଟା ୫୭ମିନିଟ୍ ରୁ ୬ଟା ୪୭ମିନିଟ୍, ରାତ୍ର ୮ଟା ୩୧ମିନିଟ୍ ରୁ ୨ଟା ୪୨ମିନିଟ୍, ରାତ୍ର ୪ଟା ୨୦ମିନିଟ୍ ରୁ ୫ଟା ୫୪ମିନିଟ୍ ।

ମେଷ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବାସହ କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ଓ ପାରିବାରିକ ଜୀବନ ସୁଖମୟ ହେବ । ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗୃହରେ ଶାନ୍ତି ବିରାଜମାନ କରିବ । ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ । ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବାସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପୁରାତନ ରୋଗ ପୀଡାରୁ ଉପସମ ହେବା ସହ ବନ୍ଧୁଙ୍କ ସହ ଯୋଗାଯୋଗ ଫଳରେ ଆନନ୍ଦିତ ହେବେ । ସୁଖ ଶାନ୍ତିରେ ଦିନ କଟାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ ସୁଖ ସମୃଦ୍ଧି ବୃଦ୍ଧି ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସୁସ୍ଥ ମାନସିକତା ରକ୍ଷାକରି ସାଧାରଣବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବା ସହ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କିମ୍ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ, ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ପାରିବାରିକ କ୍ଷେତ୍ରରେ ସକ୍ରିୟ ହେଲେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପୀଡା ଭୋଗି ପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବାସହ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ଜାଗା, ଜମି କ୍ରୟ କରିବାର ସୁବିଧା ପାଇବେ । ପରିବାର ସମ୍ବନ୍ଧୀୟ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ଓ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଋଣ ଭରଣାରେ ସହଜ ହେବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ । ପ୍ରତିକାର- କମଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ଶିକ୍ଷାକ୍ଷେତ୍ରରେ ଉତ୍ସାହ ବଢ଼ିବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ ଓ ଉଚ୍ଚସମ୍ପର୍କରୁ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ସହିତ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ ଓ କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ । ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସଜାରି ରଖିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଓ ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ । ପ୍ରତିକାର ଦ୍ୱାରା ବାଧା ଦୂର ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯାଇ ଆଶାଆକାଂକ୍ଷା ପୂର୍ଣ୍ଣ ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବାସହ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ବିଗିଡିଥିବା କାର୍ଯ୍ୟ ମିତ୍ରଙ୍କସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ ଓ ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଶତୃଙ୍କ ସହିତ ମୁକାବିଲା କରିପାରିବେ । କାର୍ଯ୍ୟ କ୍ଷେତ୍ରରେ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଦେହମନ ଭଲ ରହିବାସହ କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ ଓ ଆୟ ବୃଦ୍ଧି ହେବା ଦ୍ଵାରା ଆର୍ଥିକ ଉନ୍ନତି ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!