ଦୈନିକ ରାଶିଫଳ: 9 ଅକ୍ଟୋବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୯ ତାରିଖ, ଶୁକ୍ରବାର, କନ୍ୟା ମାସ ୨୪ ଦିନ, ମଳଆଶ୍ଵିନମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ।  ଶୁଭସମୟପ୍ରାତଃ ୫ଟା ୪୪ମିନିଟ୍ ରୁ ୬ଟା ୨୮ମିନିଟ୍, ସକାଳ ୭ଟା ୧୭ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୧ଟା ୫୮ମିନିଟ୍ ରୁ ୩ଟା ୩ମିନିଟ୍, ଦିବା ୩ଟା ୫୧ମିନିଟ୍ ରୁ ୫ଟା ୨୩ମିନିଟ୍, ସନ୍ଧ୍ୟା ୬ଟା ୧୪ମିନିଟ୍ ରୁ ରାତ୍ର ୮ଟା ୨୮ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ସହ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶୁଭ ସମ୍ବାଦ ପାଇ ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଆର୍ଥିକ ସ୍ଥିତି ସୁଧୁରିଯିବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ଫଳରେ ସମ୍ମାନୀତ ହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁ ବାନ୍ଧବଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।  

ସିଂହ:-

ସନ୍ତାନର ସୁ ଖବର ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ। ଦୂରସ୍ଥାନକୁ ଯାତ୍ରା କରିବେ। ମଉଜ ମସ୍ତିରେ ସମୟ କଟିପାରେ। ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶିକ୍ଷା କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ପୁରୁଣା ରୋଗରୁ ସାମାନ୍ୟ ଉପସମ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଶୁଭ ସମାଚାର ମିଳିବା ସହ ନିଜଲୋକ ସାହାଯ୍ୟ କରିବେ। ମନକୁଆଘାତ ଲାଗିଲାପରି କଥା ଶୁଣିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ।  ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ଘଟିପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତରେ ଆଗ୍ରହ ବଢିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବୋ ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବା ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ।  କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ମାନସିକ ବୌଦ୍ଧିକ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଓ ଶତୃମାନେ ପରାଜିତ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ କର୍ମ ପ୍ରାପ୍ତି ହେବାର ସୂଚନା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପ୍ରତିକାର– ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ଆୟବୃଦ୍ଧି, ଋଣମୁକ୍ତି, ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!