ଦୈନିକ ରାଶିଫଳ: ୦୯ ସେପ୍ଟେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୯ ତାରିଖ, ବୁଧବାର, ସିଂହ ମାସ ୨୫ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ସପ୍ତମୀତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୭ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୧୨ମିନିଟ୍ ରୁ ୧୧ଟା ୧୮ମିନିଟ୍, ଦିବା ୧ଟା ୪୭ମିନିଟ୍ ରୁ ୫ଟା ୧ମିନିଟ୍, ସନ୍ଧ୍ୟା ୬ଟା ୩୯ମିନିଟ୍ ରୁ ରାତ୍ର ୧୦ଟା ୩୨ମିନିଟ୍। ପର୍ବଦିନ- ଅପରପକ୍ଷର ସପ୍ତମୀ ଶ୍ରାଦ୍ଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କାମରେ ପ୍ରଶଂସା ମିଳିବ। ଅସହାୟ ଓ ବୃଦ୍ଧ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ ମନ ଲଗେଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। କର୍ମକ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ କରି ପାରନ୍ତି। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକସ୍ଥିତି ଭଲ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଦାୟିତ୍ଵ ବଢିବା ସହ କିଛି ଅସମ୍ଭବ ହେବ ନାହିଁ। ପରିବାରରେ କଠିନ ପରିଶ୍ରମ କଲେ ସମସ୍ତ ଆଶା ପୂରଣ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସାମାଜିକ କ୍ଷେତ୍ରରେ ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମଚାରୀ ଓ ଶ୍ରମିକ ମାନେ ବେସୀ ଉପକୃତ ହେବେ। ବ୍ୟବସାୟ କ୍ଷେତ୍ରରେ ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଆର୍ଥିକ ଉନ୍ନତି ସହ ଶାରିରୀକ ସୁସ୍ଥତା ଦେଖାଦେବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ବ୍ୟବସାୟ ବଢାଇ ବାରେ ସମର୍ଥ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବା ସହ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ କରି ସାମାଜିକ କ୍ଷେତ୍ରରେ ଯଶପ୍ରତିଷ୍ଠା ତଥା ଲୋକପ୍ରିୟତା ହାସଲ କରିବେ। ଭବିଷ୍ୟ ଯୋଜନାରେ ଲିପ୍ତ ରହିବେ। ପ୍ରତିକାର- ଦହି ମିଠାଖାଇ ଘରୁ ବାହାରନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ଲକ୍ଷ ପ୍ରାପ୍ତି ସହଜ ହୋଇଯିବ। ଗୁରୁଜନ, ପ୍ରତିଭାବାନବ୍ୟକ୍ତି ଓ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଆଶୀର୍ବାଦ ମିଳିବ।  ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ। ମାନସିକ ବା ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ହାସଲ କରିବେ। ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ଓ ପ୍ରଶଂସା ପାଇବେ। ଇଛାଶକ୍ତିକୁ ପ୍ରବଳ କରି ଖରାପକୁ ଭଲରେ ଜିତିବାକୁ ହେବ। ଘର ବା କାର୍ଯ୍ୟଳୟ ବଦଳ କରିବା ପାଇଁ ଚିନ୍ତା କରି ପାରନ୍ତି। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପୁରୁଣା ପ୍ରେମୀ ବା ମିତ୍ର ମାନେ ଯୋଡିହୋଇ ରହିବା ପାଇଁ ଚାହିଁବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଅନେକ କାର୍ଯ୍ୟ କଳାପରେ ସମ୍ପୃକ୍ତ ହେବେ। କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। କର୍ମ କ୍ଷେତ୍ରରେ ବିଜୟର ପରିଣାମ ଆପଣଙ୍କ ସପକ୍ଷରେ ଆସିବ। ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ସାହାଯ୍ୟ କରିବେ। କାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ଉଧାର ଦେଇଥିବା ଟଙ୍କା ମିଳିବ। କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଯେକୌଣସି କାର୍ଯ୍ୟରେ ହାତ ଦେବେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ଅଚାନକ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧିପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ କ୍ରୟ କରିବେ। କିଛି ନୂଆ କରିବାକୁ ଇଛା ପ୍ରକାଶ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସ୍ୱାସ୍ଥ୍ୟରେ ସୁଧାର ଆସିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ପ୍ରାପ୍ତ ହେବ। ମାନସିକ ସୁସ୍ଥତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। କର୍ମକ୍ଷେତ୍ରରେ ଯୋଗ୍ୟତାର ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ମିତ୍ର ଓ ପ୍ରିୟଜନମାନଙ୍କ ଠାରୁ ସାହାଯ୍ୟପାଇ ଆନନ୍ଦିତ ହେବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଦ୍ଵନ୍ଦିତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!