ଦୈନିକ ରାଶିଫଳ: 1 ଏପ୍ରିଲ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧ତାରିଖ, ଗୁରୁବାର, ମୀନମାସ ୧୯ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ବିଶାଖାନକ୍ଷତ୍ର, ସକାଳ ୭ଟା ୨୨ମିନିଟ୍ ଗତେ ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ପୋଟଳ ମୂଳା ନ ଖାଇଲେ ଭଲ, ଦିବା ୧୧ଟା ୧ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୭ଟା ୨୦ମିନିଟ୍, ଦିବା ୧୦ଟା ୩୮ମିନିଟ୍ ରୁ ୧ଟା ୩ମିନିଟ୍ । ପର୍ବଦିନ- ଉତ୍କଳ ଦିବସ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବା ପାଇଁ ଚିନ୍ତା କରି ପାରନ୍ତି । ପାରିବାରିକ ଅଶାନ୍ତି ଦୂର ହେବ । କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ । ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ । ପରିଜନ ଓ କୁଟୁମ୍ବୀଜନ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସାମାଜିକ କାର୍ଯ୍ୟରେ ପ୍ରଶଂସା ପାଇବେ । ଶାରିରୀକ ସୁସ୍ଥତା ଅନୁଭବ କରିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବା ଫଳରେ ବନ୍ଧୁଙ୍କଠାରୁ ଶୁଭ ସମାଚାର ଶୁଣିବେ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପ୍ରଶଂସିତ ହେବେ । ବୁଦ୍ଧିମତା କାରଣରୁ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବ । କର୍ମକ୍ଷେତ୍ରରେ ସମ୍ମାନିତ ହେବା ସହ ଉଚ୍ଚାଧିକାରୀ ସହକର୍ମୀ କାମର ପ୍ରଶଂସା କରିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ଭାଇବନ୍ଧୁଙ୍କର ସହଯୋଗ ମନୋବଳକୁ ବଢେଇଦବ । ନିଜର ବ୍ୟକ୍ତିତ୍ତ୍ୱ ସାର୍ବଜନୀନ ଅନୁଷ୍ଠାନରେ ବିକଶିତହେବ । ପାରିବାରିକ ଜୀବନରେ ଶୃଙ୍ଖଳା ଦେଖାଦେବ । ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ । କୁଟୁମ୍ବରେ ଥିବା କଳହ ମେଣ୍ଟିଯିବ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବା ଫଳରେ ବ୍ୟବସାୟକ୍ଷେତ୍ରରେ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ସଫଳତା ମିଳିବା ସହ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ରାଜନୀତିରେ ଉଚ୍ଚ ପ୍ରଶଂସିତ ହେବେ । ପୁରୁଣା ରୋଗର ଉପଶମ ସହ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ପାରିବାରିକ ଜୀବନ ବ୍ୟସ୍ତତା ମଧ୍ୟରେ କଟିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ସିଂହ:-

ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । କର୍ମକ୍ଷେତ୍ରରେ ଫାଇଦା ଉଠାଇ ପାରିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ଅମନଯୋଗ ହେବେ । ଦୂର ଯାତ୍ରା ଫଳରେ କଷ୍ଟ ଅନୁଭବ କରିବେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଭଲ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ଦେହମନ ଭଲ ରହିବ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ମାନସିକ ଦୁଃଶ୍ଚିନ୍ତା ଦୂରହୋଇ ଦାମ୍ପତ୍ୟ ସୁଖରେ ସୁଖିହେବେ । ଚିନ୍ତା ଭାବନା ଦୂର ହୋଇ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇ କର୍ମକ୍ଷେତ୍ରରେ ଶାନ୍ତି ପାଇବେ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁୂଖରେ ବାଧା ଆସିବ । ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ । ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ସରକାରୀ କର୍ମଚାରୀଙ୍କ ପାଇଁ ଅତ୍ୟନ୍ତ ଭଲ ସମୟ ଥିବାରୁ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୁରହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ପୂର୍ଣ୍ଣ ସହଯୋଗ ପାଇବେ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ପରୀକ୍ଷା ପ୍ରତିଯୋଗିତାରେ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପରିବାର ଜନଙ୍କର ଅସ୍ତ୍ରୋପଚାର ଫଳରେ ଅଯଥାଖର୍ଚ୍ଚ ହେବ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ପାଇବେ । ସରକାରୀ କର୍ମଚାରୀମାନେ ସହଯୋଗୀ ମାନଙ୍କର ସହଯୋଗ ପାଇ ପ୍ରବଳ ଉନ୍ନତି କରି ପାରିବେ । କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ । ଯାନ ବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ମାଆ ବାପାଙ୍କ ଠାରୁ ସହଯୋଗ ପାଇ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ବଜାୟ ରହିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳତା ଭରପୂର ରହିବ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ମାନସିକ ଅଶାନ୍ତି ଦୂର ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!