ଦୈନିକ ରାଶିଫଳ: ୧ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧ ଅଗଷ୍ଟ ୨୦୧୮

ମେଷ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ମହିଳା ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାରନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରତିକାର ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। କେତେକ ସ୍ଥଳରେ ବିଭ୍ରାନ୍ତି ଉପୁଯିବ ଓ ସରକାରୀ କୋପ ଭାଜନ ହେବାଭଳି ସମସ୍ୟା ମୁଣ୍ଡେଇବେ ଏବଂ ସେଥିପାଇଁ କିଛି ଆର୍ଥିକ ଦଣ୍ଡ ମଧ୍ୟ ସହିବାକୁ ପଡିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ

ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବୋ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପ୍ରତିକାରପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କନ୍ୟା

ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବନ୍ଧୁବାନ୍ଧବଙ୍କଠାରୁ  ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ବିଛା

ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ବ୍ୟବସାୟରେ ଚୌରଭୟ, ଦୂରଯାତ୍ରାରେ କ୍ଳେଶ ଓ କାର୍ଯ୍ୟ ଅପୂରଣ ରହିବ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେବ। ପ୍ରତିକାରହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ଧନୁ

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ। ନୂତନ କର୍ମ ପ୍ରାପ୍ତି ହେବ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ। ପରୀକ୍ଷାରେ ସଫଳ ହେବେ। ପ୍ରତିକାର ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ

କର୍ମ କ୍ଷେତ୍ରରେ ଉନ୍ନତି କରିବେ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଲାଭ ଓ କ୍ଷତି ଦେଖା ଦେବ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ବିଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଆର୍ଥିକ ସ୍ଥିତି ସୁଧୁରିଯିବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!