ମେଷ:-
ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଯୋଗେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ ଓ ଭାଇ, ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସମ୍ପତ୍ତି କ୍ରୟ କରିବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-
ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-
ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଶତୃମାନେ ଦୂରେଇ ଜିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କର୍କଟ:-
ସ୍ୱାସ୍ଥ୍ୟ ଭଲ ରହିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-
ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ରାଜନୀତି ମାମଲାରେ ସଫଳତା ମିଳିବ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କନ୍ୟା:-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଅଧୁରା କାର୍ଯ୍ୟ ପୂରଣ ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ ଓ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-
ଶୁଭ ସମାଚାର ମିଳିପାରେ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେବେ। ରାଜନୀତିରେ ଉନ୍ନତି ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-
ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-
କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ମିତ୍ରଙ୍କ ସହିତ ସମୟ ବିତେଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମକର:-
ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସେୟାର ବଜାରରେ ମୁନାଫା ମିଳିବ ଓ ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଲାଭହେବ, ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।
କୁମ୍ଭ:-
କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଅଟକି ଥିବା କାର୍ଯ୍ୟ ଚାଲୁ କରିବାକୁ ଉତ୍ସାହିତ ହେବେ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଶତୃରବିନାଶ ହେବ। ସହ କର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-
ସନ୍ତାନଙ୍କର ଉନ୍ନତିରେ ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନ ହେବ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988