ଦୈନିକ ରାଶିଫଳ: ୧ ଅଗଷ୍ଟ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୧ ତାରିଖ, ଶନିବାର, କର୍କଟ ମାସ ୧୭ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, ମୂଳା ନକ୍ଷତ୍ର, ସକାଳ ୬ଟା ୪୮ମିନିଟ୍ ଗତେ ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୧୭ମିନିଟ୍ ରୁ ୧ଟା ୯ମିନିଟ୍, ରାତ୍ର ୮ଟା ୩୩ମିନିଟ୍ ରୁ ୧୦ଟା ୪୫ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୧ଟା ୪୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସରକାରୀ କର୍ମଚାରୀ ମାନେ ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି।  ବିଦ୍ୟାର୍ଥିମାନେ କେତେକ କ୍ଷେତ୍ରରେ ଭଲ କାମକରି ସଫଳ ହେବେ। ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। କୃଷିଜୀବୀମାନେ କର୍ମବ୍ୟସ୍ତତାରେ ସମୟ କାଟିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ପୂର୍ବ କଳହର ସମାଧାନ ହୋଇ ସହକର୍ମୀ ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ଦାମ୍ପତ୍ୟସୁଖ ବୃଦ୍ଧି ହେବ।  ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇବାର ସୁଯୋାଗ ପାଇବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସାମାଜିକପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ। ବ୍ୟବସାୟରେ ଉନ୍ନତି ହୋଇ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ ଓ କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। ଉପରିସ୍ଥ ଅଧିକାରୀଙ୍କ ଠାରୁ ପ୍ରୋତ୍ସାହନ ପାଇ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଆୟ ବୃଦ୍ଧି ପାଇବା ଫଳରେ ମାନସିକ ଶାନ୍ତି ମିଳିବା ସହ ଶରୀର ଭଲ ରହିବ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ବିଶେଷ ଲାଭବାନ୍ ହେବେ। ଅଧ୍ୟୟନ ପାଇଁ ତତ୍ପର ହେବା ସହ  ଉଦ୍ୟେଶ୍ୟ ପୂର୍ଣ୍ଣ ହେବ। ମାନସିକଦୁଶ୍ଚିନ୍ତା ଦୂରହେବ।  ସାମାଜିକ ଜୀବନରେ ନୂତନ ଗୁରୁ ଦାୟିତ୍ୱ ଗ୍ରହଣ କରି ମାନସମ୍ମାନ ବୃଦ୍ଧିହେବ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରି ପାରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ   ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସନ୍ତାନଙ୍କ ସେବା ଓ ସମର୍ପଣ ଭାବ ଆନନ୍ଦିତ କରିବ। ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ବ୍ୟବସାୟରେ କାର୍ଯ୍ୟ ପୂରଣ ହୋଇ ଆୟ ବୃଦ୍ଧି ହେବା ସହ ଭାଗୀଦାରି ବ୍ୟବସାୟରେ ଅଧିକ ଲାଭବାନ୍ ହେବେ।ମିତ୍ର ଓ ସହଯୋଗୀ ସହଯୋଗ କରିବା ଫଳରେ କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ। କର୍ମମୁଖରତା ଯୋଗେ ଇଛାକରି କେତେକକାର୍ଯ୍ୟ ଅଧାରେ ଅଟକି ଯାଇ ପାରେ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। କୃଷିଜୀବିମାନେ ଅତ୍ୟଧିକ ପରିଶ୍ରମ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବା ଫଳରେ ଆର୍ଥିକସ୍ଥିତି ମଜବୁତ୍ ହେବ। ଆୟ ଉପାର୍ଜନରେ ବାଧା ନାହିଁ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। ପରିବାରରେ ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ।  କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ।  ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବା ସହ ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। କର୍ମଚାରୀ ମାନଙ୍କୁ ଭରସା କଲେ ବ୍ୟବସାୟରେ ପ୍ରବଳ ଧନଲାଭ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ଯୋଗ ଅଛି। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ଦାମ୍ପତ୍ୟ କଳହ, ଭୟଆଶଙ୍କା ଦୂରେଇଯାଇ ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧି ହେବ। ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଦେହମନ ଭଲ ରହିବା ଫଳରେ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ। ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଜନ ସମ୍ପର୍କ ବୃଦ୍ଧି ପାଇବ। ସନ୍ତାନମାନଙ୍କ ପାଇଁ ଆନନ୍ଦିତ ହେବେ। ବକେୟା ଅର୍ଥ କିଛି ମିଳିବ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟଆଶଙ୍କା ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବିଦ୍ୟା କ୍ଷେତ୍ରରେ ଶୁଭ ସମାଚାର ପାଇବେ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କାର୍ଯ୍ୟ କଲେ ଧନ ଲାଭର ମାର୍ଗ ଖୋଲି ଯିବ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ଶାନ୍ତି ମିଳିବ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଶତ୍ରୁମାନେ ପଛଘୁଞ୍ଚା ଦେବେ। ବ୍ୟୟ ଅପେକ୍ଷା ଆୟ ଅଧିକ ହୋଇ ଋଣମୁକ୍ତ ଓ ଋଣପ୍ରାପ୍ତିର ରାସ୍ତା ପରିଷ୍କାର ହୋଇଯିବ। ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। ବରିଷ୍ଠ କର୍ମୀ ଓ ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହୋଇ ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି। ବିଦ୍ୟାର୍ଥିମାନେ ପରୀକ୍ଷାରେ ବିଜୟୀ ହେବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବୁଝି ବିଚାରି କାର୍ଯ୍ୟ କଲେ ଅନେକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ଶତ୍ରୁମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସମସ୍ୟାର ସମାଧାନ ହେବା ଫଳରେ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ ହେବ। କୃଷିଜୀବି ମାନଙ୍କର ବହୁ କଷ୍ଟରେ ଅର୍ଥ ପ୍ରାପ୍ତି ହେବ। କୋର୍ଟ କଚେରୀରେ ସଫଳତା ମିଳିବ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବା ସହ ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ। ଶତ୍ରୁମାନେ ମଥାନତ କରିବେ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ।  ପରିବାରରେ ପ୍ରସନ୍ନତା ବିରାଜମାନ କରିବା ସହ ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। କର୍ମକ୍ଷେତ୍ରରେ ମତାନ୍ତର ମନାନ୍ତର ଦୂର ହୋଇ ସଫଳତାର ସାମ୍ନା କରିବାକୁ ପଡିବ। ବ୍ୟବସାୟରେ ନୂତନ କାରବାରରେ ସଫଳତା ମିଳିବା ସହ ପ୍ରଚୁର ଲାଭ ପାଇ ପାରନ୍ତି। ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ବୁଝି ବିଚାରି କରିବେ। ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରସଂଶିତ ହେବେ। ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧିହେବା ଫଳରେ ଲାଭର ପରିମାଣ ଅଧିକ ହୋଇ ଆୟବୃଦ୍ଧି ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଶତ୍ରୁହାନୀ, ସହଯୋଗପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣପ୍ରାପ୍ତି, ଉଚ୍ଚସମ୍ମାନ ଲାଭ,  ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ରାଜନୀତିକ୍ଷେତ୍ରରେ କର୍ମତତ୍ପର ଯୋଗେ କୃତକାର୍ଯ୍ୟ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!