ଦୈନିକ ରାଶିଫଳ: ୧ ଡିସେମ୍ବର ୨୦୧୮। ଶନି ଦେବଙ୍କ କୃପାରୁ ସମସ୍ତ ରାଶିର ଆଜି ପୂର୍ଣ୍ଣ ହେବ ଅଟକି ଥିବା କାର୍ଯ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧ ଡିସେମ୍ବର ୨୦୧୮। ଶନି ଦେବଙ୍କ କୃପାରୁ ସମସ୍ତ ରାଶିର ଆଜି ପୂର୍ଣ୍ଣ ହେବ ଅଟକି ଥିବା କାର୍ଯ୍ୟ

ମେଷ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ମହିଳାମାନେ ହସ ଖୁସିରେ ଚଳିବେ। ପରିବାରରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ। କର୍ମ ବ୍ୟବସାୟ ପାଇଁ ଯାତ୍ରା କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପ୍ରତିକାର:- ଇଷ୍ଟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନ:-

ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମ କରି କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ସତର୍କ ରହିଲେ ଆର୍ଥିକ ଭାରସାମ୍ୟ ରକ୍ଷାକରି ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବା ଫଳରେ ନବୀକରଣ କରିବାର ଯୋଜନା କରିବେ। ସମସ୍ତପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ  ସମ୍ମାନିତ ହୋଇପାରନ୍ତି। ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ। ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି। ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ପଦୋନ୍ନତିର ସମ୍ଭାବନା ରହିଛି। ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀ ମାନେ ଦ୍ଵିଗୁଣ ଲାଭ କରିବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ସ୍ତ୍ରୀ ଓ ସନ୍ତାନଙ୍କର ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ ନତୁବା ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତାଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ। ନୂତନ ସମ୍ପତ୍ତି ଯାନବାହାନ ଗୃହୋପକରଣ କ୍ରୟ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ତୁଳା:-

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିଲେ ଆକସ୍ମିକ ଧନ ପ୍ରାପ୍ତି ହେବ। ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।  

ଧନୁ:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:-

କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- ଭୋକିଲା ଲୋକକୁ ଭୋଜନ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବେ। ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ନୂତନ ସମ୍ପତି କ୍ରୟ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ ,ରାଜନୀତି , ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ ଓ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ  ଶତୃମାନେ ତଳମୁହାଁ ହେବେ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!