ଆଜି କେମିତି ରହିବ ଆପଣଙ୍କ ଦିନ : ୧ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧ ଫେବୃୟାରୀ ୨୦୧୮

ମେଷ:-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ବୈଜ୍ଞ।ନିକ, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ବୃଷ:-

କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କର୍ମକ୍ଷେତ୍ରରେ  ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ। ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମିଥୁନ:-

ବିହିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ପ୍ରତିକାର:- ଅନ୍ଧ ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କର୍କଟ:-

ପ୍ରତେକ କର୍ମ ବହୁ ବିଳମ୍ବରେ ସମ୍ପନ୍ନ ହେବ। ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟ ଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ  ହେବେ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରିବେ। ପ୍ରତିକାର- ଗାଈକୁ ସଦ୍ୟ ଘାସ ଖାଇବାକୁ ଦିଅନ୍ତୁ।

ସିଂହ:-

ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। କର୍ମର ଚାପରେ ଅମ୍ଳ, ଅଜୀର୍ଣ୍ଣ  ପ୍ରଭୃତି ରୋଗ ଦେଖା ଦେଇପାରେ। ପ୍ରତିକାର:- ଅସହାୟା ବୃଦ୍ଧାମାନଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। କର୍ମ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର:-ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଆହୁରି ପଢନ୍ତୁ: ବାସ୍ତୁ ଦୋଷ ଖଣ୍ଡନ ପାଇଁ କରନ୍ତୁ ଦଶଟି ଉପାୟ

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ।ବୃଦ୍ଧି ହେଲେ ମଧ୍ୟ ବ୍ୟୟ ଅଧିକ ହେବ।

ବିଛା:-

କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ଆର୍ଥିକ ଅନାଟନ ସମସ୍ୟା ଦେଖାଦେବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର:- ଅସହାୟବୃଦ୍ଧ ମାନଙ୍କୁ ସାହାଯ୍ୟ କରନ୍ତୁ ।

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ

ଧନୁ:-

ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। ଆଦର୍ଶବାଦୀ ହେବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମକର:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର:- ଅସହାୟା ବିଧବା ମାନଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ସାହିତ୍ୟ, କଳାକ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ମୀନ:-

ସନ୍ତାନଙ୍କ ଯୋଗେ ଭାବମୂର୍ତ୍ତି ଅମଳିନ ରହିବ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ଆସକ୍ତି ମୋହ, ଲୋଭ, କ୍ରୁର କର୍ମ ଗୁଡିକ ପାଇଁ ଅପଯଶ ପାଇବେ। କେତେକ କ୍ଷେତ୍ରରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହେବେ। ମହିଳାମାନେ ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣିପାରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!