ଦୈନିକ ରାଶିଫଳ: ୧ ଫେବୃୟାରୀ ୨୦୧୯, ମା ସନ୍ତୋଶୀଙ୍କ କୃପାରୁ ଏହି ରାଶି ଲୋକଙ୍କର କର୍ମ କ୍ଷେତ୍ରରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧ ଫେବୃୟାରୀ ୨୦୧୯

ମେଷ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପରିବାରରେ ସୁଖଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କର୍ମକ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ଅଫିସର୍ ସହକର୍ମୀମାନେ କାମର ପ୍ରଶଂସା କରିବେ। ମିତ୍ରଙ୍କ ଠାରୁ ସାହାଯ୍ୟ ମିଳିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ପ୍ରତିକାର- ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଜ୍ଞାନଗବେଷଣା ସ୍ତରରେ କୃତକର୍ଜ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କର୍କଟ:-

ମାଲିମୋକଦ୍ଦମାରେ ଜୟ, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ବୃଦ୍ଧା ବୃଦ୍ଧଙ୍କୁ ସେବାକରୀ ଖାଦ୍ୟ ଦିଅନ୍ତୁ।

ସିଂହ:-

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ରାଜନୀତିରେ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଅଶାନ୍ତିର ଝଡ ଶାନ୍ତ ହେବ। ପ୍ରତିକାର- ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ପନିପରିବା, ଫଳ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ।  ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ। କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ରାଜନୀତିରେ କୃତକାର୍ଯ୍ୟ ହେବେ ଓ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ।  କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇ ପାରେ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବିଛା:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ ଓ ଉଚ୍ଚଆଶା ସଫଳ ହେବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ମହିଳାମାନେ ଅନେକ ଦୁର୍ଭାଗ୍ୟ ମୁଣ୍ଡରେ ବହି ମଧ୍ୟ ମର୍ଯ୍ୟାଦା ହାନୀର ଦୁଃସମୟଠୁ ଦୂରେଇ ରହି ପାରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କୁମ୍ଭ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର- ପିତା ମାତାଙ୍କ ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।

ମୀନ:-

କର୍ମ କ୍ଷେତ୍ରରେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। କୃଷିଜୀବୀମାନେ କର୍ମଅନୁଯାଇ ଫଳପାଇ ନୂତନ ଦ୍ରବ୍ୟ କ୍ରୟ କରିବାର ସୁଯୋଗ ପାଇବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!