ଦୈନିକ ରାଶିଫଳ: ୧ ଜାନୁୟାରୀ ୨୦୧୯, ନୂତନ ବର୍ଷର ଆରମ୍ଭ ରେ ମା’ ମଙ୍ଗଳାଙ୍କ କୃପାରୁ ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧ ଜାନୁୟାରୀ ୨୦୧୯

ମେଷ:-

ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଅଭାବ-ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ। ବାଦ, ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ। ଦେଇଥିବା ଧନ ଫେରି ପାଇବା ଫଳରେ ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ।  ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ର ସୁଯୋଗ ପାଇବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ଦୂର ଯାତ୍ରାରେ ସଫଳ ହେବେ। ବକେୟା ଅର୍ଥ ମିଳିବା ଯୋଗେ ମନ ପ୍ରଫୁଲ୍ଲ ରହିବ। କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ।  କୋର୍ଟ କଚେରୀରେ ସଫଳତା ମିଳିବ।  ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ଆୟ ଉପାର୍ଜନରେ ବାଧା ନାହିଁ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ଯୁବକଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ର ସୁଯୋଗ ପାଇବେ। ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ।

ମିଥୁନ:-

ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ପ୍ରାପ୍ତିହେବ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ହୋଇପାରେ।  ବ୍ୟବସାୟରେ ସତକଥା କହି ପ୍ରବଳ ଧନଲାଭ ସହ ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହୀ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଜନ ସମ୍ପର୍କ ବୃଦ୍ଧି ପାଇବ, ଦୂର ଯାତ୍ରାକରି କାର୍ଯ୍ୟ ପୂରଣ ହେବ, ପଦବୀ ସମ୍ବନ୍ଧିତ ଶୁଭ ସମାଚାର ପାଇବେ ଓ ପ୍ରଶଂସିତ ହେବେ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ର ସୁଯୋଗ ପାଇବେ। ପ୍ରତିକାର-କାହାରିଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ:-

ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ।  ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ନୂତନକର୍ମ ନିଯୁକ୍ତି ପାଇବାର ଆଶା ପୂରଣ ହେବ। କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ।  ବିଦ୍ୟାର୍ଥିମାନେ ସଫଳ ହେବେ।  ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ପ୍ରେମିକ-ପ୍ରେମିକାମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ର ସୁଯୋଗ ପାଇବେ। ପ୍ରତିକାର- ବାଶିରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟରେ ଉତ୍ତମ ରୋଜଗାର ହେବ। କର୍ମକ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ।  ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ପାଇବ। ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ।  କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିଆନନ୍ଦିତ ହେବେ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ଆନନ୍ଦ ପାଇବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ। ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଚାକିରୀ କ୍ଷେତ୍ରରେ ଅର୍ଥ ସମ୍ପର୍କୀୟ ସମସ୍ୟା ସମାଧାନ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ଅଧ୍ୟୟନ ପାଇଁ ତତ୍ପର ହେବେ। ରାଜନୀତି କ୍ଷେତ୍ରରେ ନୂତନ ଯୋଜନା ପ୍ରସ୍ତୁତ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଉତ୍ସାହ ସହ ଆଗେଇବେ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ର ସୁଯୋଗ ପାଇବେ। ମାନସିକଦୁଶ୍ଚିନ୍ତା ହଠାତ୍ ବଢ଼ିଯିବ। ପ୍ରତିକାର-ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ପୂର୍ବ କଳହର ସମାଧାନ ହେବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଦେବେ। କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟକ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମକର:-

ଆର୍ଥିକପରିସ୍ଥିତିରେ ଉନ୍ନତି ହେବ। ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ। କର୍ମଚାରୀମାନେ ପଦୋନ୍ନତି ପାଇବାର ସୂଚନା ପାଇବେ। ମହିଳାମାନଙ୍କର ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। କୃଷିଜୀବୀମାନଙ୍କର  ହସଖୁଶିର ବାତାବରଣ ସୃଷ୍ଟି ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଦୁଇଗୁଣ ଉତ୍ସାହ ସହ ଆଗେଇବେ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜା ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ :-

ମାନସିକ ଶାନ୍ତି ଓ ଶରୀର ଭଲ ରହିବ। ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ। ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। କୃଷିଜିବୀମାନେ ଅନେକ ଦିଗରୁ ଲାଭବାନ୍ ହେବେ। ଦୂରଯାତ୍ରା କରିବେ, ଉଦ୍ଵେଶ୍ୟ ପୂର୍ଣ୍ଣ ହେବ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ବୁଡି ରହିବେ। ପ୍ରତିକାର:- ଗାଈକୁ କିଛି ଖୁଆନ୍ତୁ।

ମୀନ :-

ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟରେ ସାମାନ୍ୟ ଲାଭ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ଜୟଲାଭ ହେବ। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ସମ୍ମାନ ପାଇ ସାମାଜିକ ପତିଆରା ଅମଳିନ ରହିବ। ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ର ସୁଯୋଗ ପାଇବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!