ଦୈନିକ ରାଶିଫଳ: ୧ ଜାନୁୟାରୀ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଅନେକ ସଫଳତା ଓ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କଲେ ସୁଖ ଶାନ୍ତିରେ ଦିନ କଟାଇବେ। ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବା ନ ହେବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ନୂତନ ଗୃହସୁଖ ମିଳିବ। ଯାନବାହନ ସୁଖ ମିଳିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପାରିବାରିକ ସ୍ତର ହସ ଖୁସିରେ କଟିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଶୁଭକାମ କରି ପ୍ରଶଂସିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟରେ ପ୍ରଚୁର ଲାଭହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ହୋଇ ପାରେ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-

ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତି କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦର ସମାଧାନ କରି ପାରିବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କନ୍ୟା:-

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପରୀକ୍ଷା, ପ୍ରତି ଯୋଗୀତା ସନ୍ତୋଷ ଜନକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ବିଶେଷ ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବାଧା ଦୂରେଇ ଯିବ। ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦେବେ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ଓ ଲାଭର ପରିମାଣ ଅଧିକ ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇପାରେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ।  ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କୁମ୍ଭ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!