ଆଜି କେମିତି ରହିବ ଆପଣଙ୍କ ଦିନ : ୧ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧ ଜୁଲାଇ ୨୦୧୮

ମେଷ:-

ବ୍ୟ­­­ବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ଖୋଲିଯିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ।  ରାଜନୀତି କ୍ଷେତ୍ରରେ ସଫଳତା ଯୋଗେ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ବ୍ୟବସାୟରେ ବାଧା, ଅଯଥାରେ ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେବ।   ସରକାରୀ କର୍ମଚାରୀମାନଙ୍କର ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ହେବ। ରାଜନୀତି କ୍ଷେତ୍ରରେ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ। ଅବିବାହିତ ଯୁବକ-ଯୁବତୀ ମାନଙ୍କର ବିବାହ କ୍ଷେତ୍ରରେ ବାଧା ସୃଷ୍ଟିହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। 

କର୍କଟ:-

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଉନ୍ନତି କରିବେ।  ପାରିବାରରେ ଶାନ୍ତି ଦେଖା ଦେବ। କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସଫଳତା ଲାଭ କରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା:-

ଆର୍ଥିକ ଉନ୍ନତି ମାନସିକ ଶାନ୍ତି, କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ। ମହିଳା ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ପ୍ରାପ୍ତ ହେବ। ପ୍ରେମିକ-ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅନ୍ୟମନସ୍କ ରହିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ଵାରା ବହୁ ସୁବିଧା ପାଇବେ। ପାରିବାରିକ ଜୀବନରେ ଅଶାନ୍ତି ଦୂରେଇ ଯିବ ଓ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ବିଛା:-

ବ୍ୟବସାୟରେ ଉନ୍ନତି ଓ ପ୍ରଚୁର ଆୟ ହେବ। ଆର୍ଥିକ ସ୍ଥିତିରେ ବୃଦ୍ଧି, କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ନୂତନ ଚାକିରୀ ପାଇବେ ଏବଂ ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦେବେ।

ଧନୁ:-

ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ। ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମକର:-

ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହୋଇ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା ପାରିବାରିକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି ପାଇବେ। ସ୍ୱାସ୍ଥ୍ୟ ଦିଗରୁ ସ୍ତ୍ରୀମାନେ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମୀନ:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ସମାଧାନ ହେବ। କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!