ଦୈନିକ ରାଶିଫଳ: ୧ ଜୁଲାଇ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ନୂତନ କର୍ମ ପ୍ରାପ୍ତି ସହ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ନିଜଲୋକ ସାହାଯ୍ୟ କରିବେ ଓ କୁଟୁମ୍ବରେ ବାଦବିବାଦ ମେଣ୍ଟିଯିବ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପରିବାରରେ ଅର୍ଥ ସଙ୍କଟ ଦୂରେଇ ଯିବାରୁ ଅତ୍ୟଧିକ ଆନନ୍ଦିତ ହେବେ। ପିଲାମାନଙ୍କ ପଢା ସମସ୍ୟା ସମାଧାନ ହେବା ଫଳରେ ମାନସିକ ଶାନ୍ତି ପାଇବେ। କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ଶତୃମାନେ ଷଡଯନ୍ତ୍ର କରି କ୍ଷତି କରିବାକୁ ଚେଷ୍ଟା କରୁଥିଲେ ବିଫଳ ହେବେ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ। ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ସାମ୍ବାଦିକତାରୁ ଲାଭ ଏବଂ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବା ଫଳରେ କୌଣସି କାମରେ ମନ ଲାଗିବ ନାହିଁ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ।  ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ପନିପରିବା ଫସଲ ଆମଦାନୀରେ ଓ ବ୍ୟବସାୟରେ ଖୁସି ରହିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

କର୍ମୋନ୍ନତିର ସୂଚନା ପାଇବେ ଓ ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ନୂଆ ନିଯୁକ୍ତି ପାଇବାର ସୁଯୋଗ ଅଛି। ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇପାରେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସନ୍ତାନମାନଙ୍କର ଉନ୍ନତିରେ ଆନନ୍ଦିତ ହେବେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅନେକ ଦିଗରୁ ଖୁସି ମିଳିବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମହିଳାମାନେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ। ଘରଲୋକଙ୍କୁ ବିଶ୍ଵାସ କରି ପରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମହିଳାମାନଙ୍କର ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନୂତନ କାର୍ଯ୍ୟରେ ଉନ୍ନତି ହେବ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ପାଖ ପଡୋଶୀମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବ। ମହିଳାମାନଙ୍କର କର୍ମ ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ।  ଶତୃନାଶ, ଋଣନାଶ ଓ ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ସମାଧାନ ହେବ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ସେବନ କରନ୍ତୁ ନାହିଁ।  

ମକର:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ଅର୍ଥଲାଭର ମାର୍ଗ ଖୋଲି ଯିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଶୁଭ ସମାଚାର ମିଳିବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଆର୍ଥିକ, ପାରିବାରିକ ଏବଂ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ। ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଓ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!