ସାପ୍ତାହିକ ରାଶିଫଳ: ୧ ଜୁଲାଇ ରୁ ୭ ଜୁଲାଇ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ନୂତନ କର୍ମ ପ୍ରାପ୍ତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଶିକ୍ଷାର୍ଥୀମାନେ ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ କରିପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସ୍ଥିତି ସ୍ଵଛଳ ରହିବ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ। କର୍ମ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସଫଳ ଦାୟକ ହେବ। ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଲାଭବାନ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ସପୂର୍ଣ୍ଣ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖସନ୍ତୋଷରେ କଟିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁଖବର ଶୁଣି ଖୁସି ହେବେ। ଦୂରସ୍ଥାନକୁ ଯାତ୍ରା କରିବେ। ଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ। ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିଦ୍ଵନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ବନ୍ଧୁମାନେ ଈର୍ଷାପରାୟଣ ହୋଇ ପାରନ୍ତି। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନ ବିତାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ଅତୁଟ ରହିବ। ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ସର୍ବୋପରି ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ। ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନ ସୁଖରେ କଟିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତା ସାଙ୍ଗକୁ ସମୟାବର୍ତ୍ତିତା ରକ୍ଷା କରିପାରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ। ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ମାନ ଯଶପ୍ରତିଷ୍ଠା ପ୍ରାପ୍ତି ହେବ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବା ଫଳରେ ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟ କ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବା ସହ ଆକସ୍ମିକ ଧନପ୍ରାପ୍ତି ହୋଇପାରେ। କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ୱାରା ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭବାନ୍ ହେବେ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ଆୟକୁଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହୋଇ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ। । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ସୁଖ ସମ୍ପଦ ପ୍ରାପ୍ତି ହେବ। ବିଭାଗୀୟପରୀକ୍ଷା, ପ୍ରତିଯୋଗିତାପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇବେ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହେବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ବିଦ୍ୟୁତ, ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଭୋଗ ବିଳାସ ସହ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣାରେ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଜମିବାଡ଼ି ନେଇ କେତେକ ସମସ୍ୟା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍।  ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ହେବ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଦିଗରୁ ବିଶେଷ ଉପକୃତ ହେବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ସହ ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ  ସୁନାମ ଅର୍ଜନ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ପାରିବାରିକ ଜୀବନ ଆନନ୍ଦମୟ ହେବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜାଗା ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟବଡ଼ ମିଟିଂରେ ଯୋଗ ଦେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବାଦବିବାଦ ଓ ମାଲି ମକଦ୍ଦମାର ସମାଧାନ ହେବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ। ନୀତିସମ୍ପନ୍ନ ପଢାପଢିରେ ମନ  ଲାଗି ରହିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବା ସହ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ଆତ୍ମୀୟଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ସୁଖ ସମୃଦ୍ଧି ବୃଦ୍ଧିହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ଜାଗାଜମି, ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରିପାରନ୍ତି। ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବା ସହ ଋଣ ପ୍ରାପ୍ତି ଓ ଋଣ ପରିଶୋଧର ସୁଯୋଗ ପାଇବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ଇଷ୍ଟଦେବ ଦେବୀଙ୍କୁ ତିନୋଟି ହଳଦିଆ ଫୁଲ ସମର୍ପଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!