ସାପ୍ତାହିକ ରାଶିଫଳ: ଜୁନ୍ ୧ ତାରିଖ ରୁ ଜୁନ୍ ୭, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ।  ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। କର୍ମସନ୍ଧିତ୍ସୁ ମାନେ ବିଳମ୍ବରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟସୁଖ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ଶୁଭ ଫଳ ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଅର୍ଥଆଦାନ ପ୍ରଦାନର ସୁଯୋଗ ପାଇ ସଫଳତା ମିଳିବ। ପରିବାରରେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା  ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। କର୍ମ କ୍ଷେତ୍ରରେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ। ପଦ ପଦବୀରେ ଅଧିଷ୍ଠିତ ହେବେ। ସ୍ଥଳ ବିଶେଷରେ ନୂତନ ସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବ । ବନ୍ଧୁମାନେ ଈର୍ଷାପରାୟଣ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ।   ପ୍ରତିକାରଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ  ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ଯୁବକ ଯୁବତୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ଶୁଭ ସୂଚନା ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର: ବାପା ମାଆଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ରାଜନିତୀକ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କୁ ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ।  କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ବାଧା ଉତ୍ପନ୍ନ କରି ପାରନ୍ତି। ସମସ୍ତ କଷ୍ଟର ସାମ୍ନା କରିବାକୁ ପଡିବ। ପରିବାରରେ ନିଜରପଦ ଗରିମା ଅନୁସାରେ ଚିନ୍ତା ବୃଦ୍ଧି ହେବ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ରୋଜଗାର ପ୍ରାପ୍ତି ହୋଇପାରେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିବାର ଆଶା ସଫଳ ହେବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ପରିବାରର ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗୃତ ହେବ। ଉଚ୍ଚଶିକ୍ଷା ତଥା ନୂଆ ଜିନିଷ ହାସିଲ କରିବା ପାଇଁ ଚେଷ୍ଟା କରିବେ। ବ୍ୟବସାୟରେ ଉନ୍ନତି କରିବା ପାଇଁ ବନ୍ଧୁ ମିତ୍ର ଓ ଶୁଭଚିନ୍ତକଙ୍କ ସାହାଯ୍ୟ ଲୋଡିବେ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ମନୋରଞ୍ଜନ ଓ ହସ-ଖୁସିରେ ଦିନ କାଟିବେ। ରାଜନୀତିରେ ପଦୋନ୍ନତି, ଯଶପ୍ରତିଷ୍ଠା, ମାନସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ଯେକୌଣସି କାର୍ଯ୍ୟରେ ହାତ ଦେବେ ତାହା ସଫଳ ହେବ। ପିଲାମାନଙ୍କ ଚାଲି ଚଳନରେ ପରିବର୍ତ୍ତନ ଯୋଗେ ପ୍ରସନ୍ନ ରହିବେ। ବନ୍ଧୁ ଓ ପଡୋଶୀଙ୍କ ସହିତ ମିଳନ ହୋଇ ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ ଉପହାର ମିଳି ପାରେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ ହେବା ସହ ଶରୀର ସୁସ୍ଥରହିବ। ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗ ହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ଜାରି ରହିବା ସହ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ନୂତନ ବ୍ୟବସାୟରେ ସଫଳତା ଅର୍ଜନ କରି ଅଧିକ ଲାଭର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅତି ଉତ୍ତମ ଫଳ ଭୋଗିବେ। ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ, ଅଧା ହୋଇଥିବା କାର୍ଯ୍ୟ ସହଜରେ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ସହ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦୀର୍ଘଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ।ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଅନେକ କାର୍ଯ୍ୟରେ ସମ୍ପୃକ୍ତ ହେବେ। କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ରାସ୍ତା ସଫା ହୋଇଯିବ। ଘର ବା କାର୍ଯ୍ୟ।ଳୟ ପରିବର୍ତ୍ତନ କରିପାରନ୍ତି ଯାହା ଅଳ୍ପ ବାଧା ଆସିବ। ପାରିବାରିକ କ୍ଷେତ୍ରରେ ସମ୍ୟକ ବୃଦ୍ଧି ଓ ଇଛାଶକ୍ତି ପ୍ରବଳ କରିବାକୁ ହେବ। ଖରାପକୁ ଭଲରେ ଜିତିବାକୁ ହେବ। ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ଠିକ୍ ବୁଝାମଣା ବଜାୟ ରହିବ। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଜ୍ୟୋତିଷ, ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ। ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ। ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହାଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ପ୍ରତିକାର ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଅର୍ଥ ଆଦାନପ୍ରଦାନରେ ବିଶେଷ ଲାଭବାନ୍ ହେବେ। ନୂତନବ୍ୟବସାୟ ବିସ୍ତାର କରିବା ଫଳରେ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ପୂର୍ବଋଣ ପରିଶୋଧ କରିବାପାଇଁ ସାମର୍ଥ୍ୟ ହେବେ। ଅନେକଦିଗରୁ ଧନାଗମ ହେବ। ଆୟପନ୍ଥାର ପରିବର୍ତ୍ତନ ଆସିବ। ଆପଣ ଏମିତି କାର୍ଯ୍ୟ କରିବେ ଯାହାକି ଆପଣଙ୍କ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପଞ୍ଚାୟତକ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧିପାଇବ। ଦାମ୍ପତ୍ୟସୁଖରେ ସୁଖୀହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। ସନ୍ତାନଙ୍କ ପ୍ରତି ସଜାଗ ରହିବା ଉଚିତ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ ଓ ଶିକ୍ଷାର ମଧ୍ୟ ସୁବିଧା ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଗ୍ରହ ଅନୁକୂଳ ହେତୁ ପ୍ରବଳ ସଂଘର୍ଷର ସମ୍ମୁଖୀନ ହେଲେ ମଧ୍ୟ ଜିତାପଟ୍ଟ ଆପଣଙ୍କର ହେବ ଓ ଲୋକ ସମର୍ଥନ ପାଇବେ। ଟାଣୁଆନେତା, ପୁରୁଖାନେତା ଆପଣଙ୍କ ପାଇଁ ବିପଦକୁ ଡେଇଁବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରି ପାରନ୍ତି। ପ୍ରତିକାର ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ନିଜକୁ ଅସୁସ୍ଥ ମନେ କରିବେ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତ କାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ପ୍ରତିକାର: ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗ୍ୟୋନ୍ନତି, ଧନଲାଭ ଏବଂ ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବିଶେଷ ରୂପରେ ଆପଣଙ୍କ ଭାଗ୍ୟ ଧିରେ ଧିରେ ଉନ୍ନତି ପଥରେ ଅଗ୍ରସର ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ଶୁଭକାର୍ଯ୍ୟରେ ଖର୍ଚ୍ଚକରିବେ। ଯାହାକି ଗୃହସ୍ଥି ଜୀବନରେ କୀର୍ତ୍ତୀ ମାନପ୍ରତିଷ୍ଠାରେ ବୃଦ୍ଧି ହେବ। ନୂଆ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!