ଦୈନିକ ରାଶିଫଳ: 1 ମଇ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୧ତାରିଖ, ଶନିବାର, ମେଷମାସ ୧୮ଦିନ, ବୈଶାଖମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ମୂଳାନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବେଲ ପଣସ ନ ଖାଇଲେ ଭଲ, ଦିବା ୪ଟା ୪୧ମିନିଟ୍ ପରେ ପିତାଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୯ମିନିଟ୍ ରୁ ୧ଟା ୧ମିନିଟ୍, ରାତ୍ର ୮ଟା ୨୨ମିନିଟ୍ ରୁ ୧୦ଟା ୩୫ମିନିଟ୍, ରାତ୍ର ୧୨ଟା ୭ମିନିଟ୍ ରୁ ୧ଟା ୩୫ମିନିଟ୍ । ପର୍ବଦିନ- ଶ୍ରମିକ ଦିବସ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପରିବାରରେ ମାନ ମନାନ୍ତର ଦୂର ହୋଇ ସୁଖ ଶାନ୍ତି ମିଳିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ ହେବ । ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସିହେବେ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ନାନା ବାଟରେ ଧନାଗମ ଘଟିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ଗସ୍ତ କାର୍ଯ୍ୟ କ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦେଖାଦେଇ ପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶରୀର ସୁସ୍ଥ ରହିବା ସହ ଆୟ ଉତ୍ତମ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟି ହେବ । ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ । ଲୁହା, କାଠ, କୋଇଲା, କଳକବ୍ଜା, କଣ୍ଟ୍ରାକ୍ଟରୀରୁ, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣ କରି ଆନନ୍ଦିତ ହେବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ସିଂହ:-

ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ପାରିବାରିକ ସ୍ତରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯାଇ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟ କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା କରିବେ । ପ୍ରେମୀ ପ୍ରେମିକାଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ପାରିବାରିକ ଜୀବନ ସୁଖରେ କାଟିବେ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ବ୍ୟବସାୟରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ । ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ । ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ଜଟିଳ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସେବାୟତ ମାନଙ୍କ ଉପରେ କର୍ତ୍ତୃତ୍ଵ ବିସ୍ତାର କରି କାର୍ଯ୍ୟ ହାସଲ କରିବେ । କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ପାଇ ଯିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂରେଇ ଯିବ । ଧୀର ସ୍ଵଭାବ, ସ୍ଥିରଚିତ୍ତ ଓ ଦୃଢ ବିଚାର ବଳରେ ବିଶେଷ ଉପକୃତ ହେବେ । ମାଲିକ ସପକ୍ଷ ସଂଗଠନର ନେତୃତ୍ଵ ନେଇ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ । ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ଗୁରୁଜନଙ୍କ ସ୍ନେହ-ସହାନୁଭୁତି ହାସଲରେ ସମର୍ଥ ହେବେ । ସ୍ଥଳ ବିଶେଷେ ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷର କାରଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଉଚ୍ଚଆଶା ସଫଳ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କୁମ୍ଭ:-

ସାମ୍ବାଦିକତାରୁ ଲାଭମିଳିବ । ଶାରିରୀକ ସୁସ୍ଥତା ଦେଖା ଦେବ । ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ । କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ପଦୋନ୍ନତି ସହ ସଫଳତା ଲାଭ କରିବେ । ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!