ଦୈନିକ ରାଶିଫଳ: ୧ ନଭେମ୍ବର ୨୦୧୮। ଜାଣନ୍ତୁ ଗୁରୁବାର ଦିନଟି କେମିତି ରହିବ ଆପଣଙ୍କ ପାଇଁ, କାହା ଉପରେ ରହିବ ମା ଲକ୍ଷ୍ମୀଙ୍କ କୃପା।
ମେଷ:-
ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ। ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।
ବୃଷ:-
କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସରକାରୀ ସାହାଯ୍ୟ ମିଳିପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।
ମିଥୁନ:-
କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।
<<Vastu>>> | <<< Jataka Bichara >>>
କର୍କଟ:-
ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର-ଚକୋଲେଟ ବାଳକମାନଙ୍କୁ ଦାନ କରିବେ।
ସିଂହ:-
ବ୍ୟବସାୟରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-
ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ଘରୁ ବାହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।
ତୁଳା:-
ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।
ବିଛା:-
ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।
ଧନୁ:-
ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବାଦ-ବିବାଦ ଯୋଗେ ଚିନ୍ତିତ ରହିବେ। ଆଳସ୍ୟପରାୟଣ ବୃଦ୍ଧି ପାଇବ। ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ। ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ମକର:-
ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ପ୍ରସାଦ କରି ବାଣ୍ଟି ଦିଅନ୍ତୁ।
କୁମ୍ଭ:-
ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ। ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।
ମୀନ:-
ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି। ଭ୍ରାତୃ ବିବାଦ ଦୂର ହେବ। ବିଦ୍ୟାର୍ଥିଙ୍କ ଉନ୍ନତି ହେବ। ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988