ଦୈନିକ ରାଶିଫଳ: ୧ ନଭେମ୍ବର ୨୦୧୯, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆର୍ଥିକ ସ୍ଥିତି ସୁଦୃଢ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ପ୍ରବଳ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ ଓ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ। ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବନ୍ଧୁଙ୍କ ନିକଟରୁ ଅର୍ଥିକ ସାହାଯ୍ୟ ପାଇବେ। ମନ ସ୍ଥିର ରହିବ ଓ ବୁଦ୍ଧିପ୍ରୟୋଗ କରି ପ୍ରଚୁର ଅର୍ଥ ଲାଭ କରିବେ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପୂର୍ବ ଯୋଜନା ଅନୁଯାୟୀ କାମକଲେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବେ। ପରିବାର ମଧ୍ୟରେ ଥିବା ମନାନ୍ତର ମତାନ୍ତରର ଅବସାନ ଯୋଗେ ମନରେ ସନ୍ତୋଷ ଦେଖାଦେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ପିତାମାତାଙ୍କପ୍ରତି ଆଦରଭାବ ଜାଗୃତ ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବିଦେଶଯାତ୍ରା, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ସମସ୍ତକାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ। ପ୍ରଶାସନିକ ସ୍ତରରେ କାମରଚାପ ବୃଦ୍ଧିପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ ଓ ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ, କିଛି ଅସୁବିଧା ହେବନାହିଁ। ଭାଗୀଦାର ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣାରେ ପରିବର୍ତ୍ତନ ଆସିବ। ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ ଓ ଖେଳରେ ପ୍ରଶଂସା ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତାଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ। ନୂତନ ସମ୍ପତ୍ତି ଯାନବାହାନ ଗୃହୋପ କରଣ କ୍ରୟ ନକରିବା ଉଚିତ୍। ମୌଜ କଥା କହି ଲୋକମାନଙ୍କୁ ବଶିଭୂତ କରିପାରିବେ। ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା, ଚଳଚ୍ଚିତ୍ରରେ ସଫଳତା କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ ନକଲେ ଅପଦସ୍ଥ ହେବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। କର୍ମକ୍ଷେତ୍ରରେ ଯେ କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା, ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ। କର୍ମକ୍ଷେତ୍ରରେ ବିଜୟ ଲାଭ ହେବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଆଦୌଫୁରୁସତ୍ ପାଇବେ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଙ୍କଦ୍ୱାରା କାମହାସଲ କରିବେ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମାଜିକ କାର୍ଯ୍ୟରେ ଭାଗ ନେବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ପିତାଙ୍କ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ନେଇ ଖୁସିହେବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ବ୍ୟବସାୟରେ ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ବିଦ୍ୟୁତ୍, ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ଯୋଜନା କରିବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ  ଶତୃମାନେ ତଳମୁହାଁ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ମହିଳାମାନେ ସକ୍ରିୟ ହେବେ। ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!