ଦୈନିକ ରାଶିଫଳ: ୧ ସେପ୍ଟେମ୍ବର ୨୦୧୮। ଆଜି ଏହି ୫ଟି ରାଶିର ବ୍ୟବସାୟରେ ପ୍ରବଳ ଉନ୍ନତି ହେବ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧ ସେପ୍ଟେମ୍ବର ୨୦୧୮। ଆଜି ଏହି ୫ଟି ରାଶିର ବ୍ୟବସାୟରେ ପ୍ରବଳ ଉନ୍ନତି ହେବ।

ମେଷ:-

ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ମାନସିକଶାନ୍ତି ଅନୁଭବ କରିବେ। ଡାକଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି।  ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ। କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି କଷ୍ଟ ଅନୁଭବ କରିବେ। ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ। କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ। ରାଜନୀତିରେ ସଫଳହେବେ।  ନୂଆ ଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯତ୍ନଶୀଳ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବ୍ୟବସାଇକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହନେଇ କାମ କରିବେ। ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:-

ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ। ପୈତୃକ ସମ୍ପତ୍ତି  ସମ୍ବନ୍ଧୀୟ ମାମଲା ସମସ୍ୟା ଦୂର ହେବ।  ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

ସିଂହ:-

ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚରେ ରହିବେ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ। ପରିଶ୍ରମର ପୁରା ଲାଭ ମିଳିବ। ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ଚାକିରିରେ ସ୍ଥାନାନ୍ତର ଭୟ ରହିବ। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ  ସଫଳ ହେବେ ନାହିଁ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:-

ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷେତ୍ରରେ ଦୃଢତା ପ୍ରାପ୍ତ କରିବେ। ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ। ଆନୁଷ୍ଠାନିକ କାମ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ। କୋର୍ଟ କଚେରି ମାମଲାର ଶୁଣାଣି ହେବ। ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ।ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା:-

ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ। ଅଚାନକ ପରିଣାମରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ମାନସିକତାରେ ପରିବର୍ତ୍ତନ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ହେବ। ରାଜ ନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଆହୁରି ପଢନ୍ତୁ: ଜାଣନ୍ତୁ! ଋଣମୁକ୍ତ ହେବା ପାଇଁ କିଛି ଚମତ୍କାର ତଥ୍ୟ। ଋଣମୁକ୍ତି ମନ୍ତ୍ର ଏବଂ ସ୍ତୋତ୍ର। 

ଧନୁ:-

ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ବହୁତ ପଇସା ଇନକମ୍ କରିବେ। କାମ-କାର୍ଯ୍ୟରେ ଗମ୍ଭୀରତାରେ ଧ୍ୟାନ ଦେବେ। କର୍ମ କ୍ଷେତ୍ରରେ ବୋନସ୍ ଏବଂ ପଦୋନ୍ନତି ଆଦି ମିଳିବାର ସମ୍ଭାବନା ଅଛି। ଭଲ ଚାକିରୀ ମଧ୍ୟ ମିଳିବ। ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ। କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁପ୍ରଶଂସିତହେବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।   

ମକର:-

ବିଦ୍ୟାର୍ଥୀମାନଙ୍କୁ ଶୁଭ-ସୂଚନା ପ୍ରାପ୍ତ ହେବ। ଚାକିରୀକ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ। ଶୁଭ ସମାଚାର ପାଇ ଖୁସିହେବେ। ଜଗିରଖି କଥାବାର୍ତ୍ତା କରିଲେ ପାରିବାରିକସ୍ଥିତି ବଦଳିବ। ସ୍ଵାସ୍ଥ୍ୟରେ ଉନ୍ନତି ହେବ। ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ। ଶାରୀରିକସୁସ୍ଥତା ଅନୁଭବ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ। ପ୍ରତିକାର:-ଅସହାୟଙ୍କର ସେବା କରନ୍ତୁ।

କୁମ୍ଭ:-

ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ। ପ୍ରତିକାର:- ଗୋମାତାଙ୍କୁ  ଖାଦ୍ୟ ଦିଅନ୍ତୁ।

ମୀନ:-

ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇପାରନ୍ତି। ଶତୃ ଓ ବିରୋଧୀମାନେ ଦୂରେଇଯିବେ। ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। ମହିଳାମାନେ ଦୁଃଶ୍ଚିନ୍ତା ମଧ୍ୟରେ ସମୟ କଟାଇବେ। ବିଦ୍ୟାର୍ଥୀମାନେ ମାନସିକ ଚିନ୍ତାରେ ପଡ଼ିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ।ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!