ସାପ୍ତାହିକ ରାଶିଫଳ: ୧ ଅପ୍ରେଲ ରୁ ୭ ଅପ୍ରେଲ, ଅପ୍ରେଲ ମାସର ପ୍ରଥମ ସାପ୍ତାହ ଏହି ସବୁ ରାଶି ମାନଙ୍କ ପାଇଁ ଆଣିବ ଅନେକ ଖୁସିର ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧ ଅପ୍ରେଲ ରୁ ୭ ଅପ୍ରେଲ

ମେଷ:-

ଏସପ୍ତାହରେ ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବେ। ବ୍ୟବସାୟରେ ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଉନ୍ନତି ଆଶାନୁରୂପ ଲାଭ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ।  ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ।  ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ମହିଳା ମାନଙ୍କର ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଓ ନୂତନ ଆୟର ପନ୍ଥା ଖୋଲିଯିବ। ବିରାଟ ଯୋଜନାର ସଂକଳ୍ପ ନେବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ। ଆକସ୍ମିକ ଧନ ଲାଭ ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପ୍ରତିକାର :  ଅସହାୟ ଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ମହିଳାମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ ଓ ବିବାହ କରିବାର ସୁଯୋଗରୁ ବଞ୍ଚିତ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି  ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଲାଭ କରିବେ। ବ୍ୟବସାୟରେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଉନ୍ନତି କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ଆର୍ଥିକ ଅନାଟନ ଯୋଗୁଁ ଗୃହର ବାତାବରଣ ଅଶାନ୍ତ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏସପ୍ତାହରେ ମାନସିକ ଓ ଶାରିରୀକ ସସ୍ଥତା ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପ୍ରସଂଶିତ ହେବା ସହ ଉଚ୍ଚପଦ ପଦବି ପ୍ରାପ୍ତି ହେବ। ବ୍ୟବସାୟରେ ଲାଭବାନ୍ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ସାମାଜିକ ପ୍ରତିଷ୍ଠା,ମାନ-ସମମାନରେ ବୃଦ୍ଧିହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଅବିବାହିତ ଯୁବକ-ଯୁବତୀ ମାନଙ୍କର ବିବାହ କ୍ଷେତ୍ରରେ ବାଧା ସୃଷ୍ଟିହେବ। ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସାମାଜିକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏସପ୍ତାହରେ ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବକେୟା ଅର୍ଥ କିଛି ମିଳିବ ଓ ନିର୍ମାଣମୂଳକ ଯୋଜନାରେ ଆଗେଇବେ। ମାନସିକ ଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି। ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି। ମାନସିକ ବିଷାଦ, ଦାମ୍ପତ୍ୟ କଳହ , ଭୟ  ଆଶଙ୍କା ଗ୍ରସ୍ତ କରାଇବ। କର୍ମରେ ଅସନ୍ତୋଷ, ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗରପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେବ।  ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ। ବ୍ୟବସାୟରେ ଲାଭ  ହେଲେ ମଧ୍ୟ ଶତୃ ଦେଖାଦେବେ। କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ବନ୍ଧୁ ବାନ୍ଧବଙ୍କଦ୍ୱାରା ଅନେକ କାର୍ଯ୍ୟ ହାସଲ କରିବେ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିବାହ ପ୍ରସ୍ତାବ ପାଇବେ। ପ୍ରତିକାର : ବାପା ଓ ମାଆଙ୍କୁ ପୂର୍ଣ୍ଣ ଆଦର ଓ ସତ୍କାର କରନ୍ତୁ।

କନ୍ୟା:-

ଏସପ୍ତାହରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକଚାପ ବୃଦ୍ଧି ହେଲେ ମଧ୍ୟ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ତୁଳା:-

ଏସପ୍ତାହରେ ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ଧନୁ:-

ଏସପ୍ତାହରେ ଆର୍ଥିକ ଉନ୍ନତିରେ ବାଧା ଦେଖାଦେବା ସହ ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅପମାନିତ ହେବେ କର୍ମ ଓ କର୍ମ ନିଯୁକ୍ତି କ୍ଷେତ୍ରରେ ବିଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ପୁରାତନ ରୋଗର ଉପଶମ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ପ୍ରାପ୍ତ ହେବ। ପ୍ରେମିକ-ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ।  କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ସମ୍ମାନଜନକ ରହିବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଓ ପ୍ରଚୂର ଲାଭ କରି ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ପାରିବାରରେ ଶାନ୍ତି ଦେଖା ଦେବ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇପାରେ। ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କୁମ୍ଭ:-

ଏସପ୍ତାହରେ ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ। ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ରୋଗ ଓ ଋଣର ଶୀକାର ହେବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ।  ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ମୀନ:-

ଏସପ୍ତାହରେ ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ଏବଂ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!