ସାପ୍ତାହିକ ରାଶିଫଳ: ୧ ରୁ ୭ ଅକ୍ଟୋବର ୨୦୧୮। ଏହି ୪ଟି ରାଶିର ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧ ରୁ ୭ ଅକ୍ଟୋବର ୨୦୧୮। ଏହି ୪ଟି ରାଶିର ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର।

ମେଷ:-

ଏ ସପ୍ତାହରେ ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ।  ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। ଆର୍ଥିକଚିନ୍ତା ଦୂର ହୋଇଯିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ।  ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ଏ ସପ୍ତାହରେ ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ଓ ସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାମାନଙ୍କର କର୍ମ ଓ ବ୍ୟବସାୟରେ ଉନ୍ନତି ହେବ। କରଜରମାତ୍ରା ହ୍ରାସ ପାଇବ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ।  ପ୍ରତିକାର : ପ୍ରତିକାର:- ଅସହାୟା ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ :-

ଏ ସପ୍ତାହରେ ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ।  ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେବ। ସ୍ୱାସ୍ଥ୍ୟ ହାନୀ ହେବ। ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

କର୍କଟ:-

ଏ ସପ୍ତାହରେ ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

<<Vastu>>> | <<< Jataka Bichara >>> 

ସିଂହ:-

ଏ ସପ୍ତାହରେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇବେ। ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହେବେ। ନିଜେ ଗାଡ଼ି ଚଳାନ୍ତୁ ନାହିଁ। ପତ୍ନୀଙ୍କସହ ମତାନ୍ତର ଦେଖାଦେବ।  ବୁଧବାରଠାରୁ ବ୍ୟବସାୟରେ ଆର୍ଥିକ  ଉନ୍ନତି ଦେଖାଦେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ମହିଳାମାନେ ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ ସ୍ୱାମୀଙ୍କ ସ୍ୱାସ୍ଥ୍ୟନେଇ ଚିନ୍ତିତ ରହିବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶିକ୍ଷାର୍ଥୀମାନେ ପରୀକ୍ଷା  ଓ ପ୍ରତିଯୋଗିତାରେ ସଫଳ ହେବେ। ଦାମ୍ପତ୍ୟସୁଖ କର୍ମମୁଖରତା ଯୋଗେ ନଷ୍ଟ ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର: ଗାଈକୁ ଭାତ ଓ ରୁଟି ଖାଇବାକୁ ଦିଅନ୍ତୁ।

ଧନୁ:-

ଏ ସପ୍ତାହରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ମକର :-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦପାଇବେ।  ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ :-

ଏ ସପ୍ତାହରେ ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ଏ ସପ୍ତାହରେ ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ।  ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ।  କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।  ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧାପାଇବେ। ପ୍ରତିକାର: କୁକୁରକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!