ଆଜି କେମିତି ରହିବ ଆପଣଙ୍କ ଦିନ : ୧୦ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୦ ଅପ୍ରେଲ ୨୦୧୮

ମେଷ:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବେକାରୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ।  ଜନ ସେବାରେ ନିଜକୁ ନିୟୋଜିତ କରିବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। କର୍ମ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

କର୍କଟ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।  

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିଚାଲିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ମୁଗଡାଲି ମନ୍ଦିରରେ ଦାନ କରନ୍ତୁ। 

କନ୍ୟା:-

ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ବୁଟଡାଲି ମନ୍ଦିରରେ ଦାନ କରନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ବିଛା:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ। 

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପ୍ରତିକାର- ଆରାଧ୍ୟାଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!