ଦୈନିକ ରାଶିଫଳ: ୧୦ ଏପ୍ରିଲ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୦ତାରିଖ, ଶୁକ୍ରବାର, ମୀନ ମାସ ୨୮ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ତୃତୀୟା ତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ପୋଟଳ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୩୭ମିନିଟ୍ ରୁ ୬ଟା ୨୪ମିନିଟ୍, ସକାଳ ୭ଟା ୧୬ମିନିଟ୍ ରୁ ୮ଟା ୪୧ମିନିଟ୍, ଦିବା ୧୨ଟା ୧୩ମିନିଟ୍ ରୁ ୨ଟା ୪୦ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ସନ୍ଧ୍ୟା ୬ଟା ୧ମିନିଟ୍, ସନ୍ଧ୍ୟା ୭ଟା ୩୩ମିନିଟ୍ ରୁ ରାତ୍ର ୮ଟା ୫୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସନ୍ତାନ ସୁଖରେ ସୁଖୀ ହେବେ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବରିଷ୍ଠ ସମାଜସେବୀ, ନେତୃସ୍ଥାନିୟବ୍ୟକ୍ତି, ବରିଷ୍ଠ ରାଜନେତା ମାନେ ଶୁଭ ସମାଚାର ପାଇ ଖୁସି ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ।କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ପାଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଠିନ ପରିଶ୍ରମ କରି ହସ ଖୁସିରେ ଚଳିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ଋଣ ଭରଣାରେ କଷ୍ଟ ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ସମାଜସେବା କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସୁଖ ଶାନ୍ତିରେ ଦିନଟି କଟାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସନ୍ତାନ ସୁଖରେ ସୁଖୀ ହେବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଘାତ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ।  ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ସ୍ଥାଇ ରୋଗୀମାନେ ସାବଧାନ ନ ରହିଲେ  ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେବା ଉଚିତ୍। ଆଶା କରିଥିବା କାର୍ଯ୍ୟଟି ପାଇଁ ସଙ୍ଘର୍ଷରତ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

ଧନୁ:-

ଘାତ ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ।  ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇ ପାରେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବା ଯୋଗେ ପାରିବାରିକ ଜୀବନ ଆନନ୍ଦମୟ ହେବ। ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ କର୍ମଚାରୀମାନେ ବେସୀ ଉପକୃତ ହେବେ।କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ ବଂର ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ କରି ଶାରିରୀକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଘାତ  ସରକାରୀ କର୍ମଚାରୀମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିଲେ ମଧ୍ୟ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ରାଜନେତା ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇ ଯିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେବ।ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!