ଦୈନିକ ରାଶିଫଳ: 10 ଏପ୍ରିଲ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧୦ତାରିଖ, ଶନିବାର, ମୀନମାସ ୨୮ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, ସକାଳ ୬ଟା ୪୬ମିନିଟ୍ ଗତେ ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ, ତୈଳ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ୧ଟା ୧ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୧୦ଟା ୩୭ମିନିଟ୍, ରାତ୍ର ୧୨ଟା ୧୧ମିନିଟ୍ ରୁ ୧ଟା ୪୨ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ସ୍ନୁହୀ ଚତୁର୍ଦ୍ଦଶୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ । ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ବ୍ୟବସାୟରେ ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ ଓ ଆଧ୍ୟାତ୍ମିକ ବୌଦ୍ଧିକ କ୍ଷେତ୍ରରେ ଦୃଢତା ପ୍ରାପ୍ତ ହେବ । ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ । ଉପରିସ୍ଥ କର୍ମଚାରୀ ସହଯୋଗ ଲୋଡିବେ । ବିଦ୍ୟାର୍ଥୀମାନେ ଶୁଭ ସମାଚାର ପାଇ ଖୁସିହେବେ । ଚାକିରୀ କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ । ରାଜନୈତିକ କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ବିଦ୍ୟାରେ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା ଆଦିରେ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ଉପୁଜିଥିବା ବିବାଦ ମେଣ୍ଟିଯିବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଶାରୀରିକସୁସ୍ଥତା ଅନୁଭବ କରିବେ । କର୍ମକ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ପଦୋନ୍ନତି ମିଳିବାର ସୂଚନା ପାଇ ପାରନ୍ତି । ଭଲ ଚାକିରୀ ମଧ୍ୟ ମିଳିବା ସହ ମାନସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧିହେବ । ରାଜ ନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଆନୁଷ୍ଠାନିକ କାମ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ । ମାନସିକତାରେ ପରିବର୍ତ୍ତନ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ପ୍ରେମୀକପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ । ଗୃହୋପକରଣ କ୍ରୟ କରିବେ । କୋର୍ଟ କଚେରି ମାମଲାର ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ । କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ଚାକିରୀରେ ସ୍ଥାନାନ୍ତର ଭୟ କଟିଯିବ । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ହସଖୁସିରେ ସମୟ ବ୍ୟତୀତ ହେବ । ନୂଆ କ୍ୟାରିୟର ଆରମ୍ଭ କରିପାରିବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଯାତ୍ରା ଫଳରେ ଉତ୍ସାହିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ରାଜନୈତିକ କ୍ଷେତ୍ରରେ ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚରେ ରହିବେ । ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-

ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ଚାକିରୀରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!