୨୦୨୨ ମସିହା, ଏପ୍ରିଲ ମାସ ୧୦ତାରିଖ, ରବିବାର, ମୀନ ମାସ ୨୭ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ନବମୀତିଥି, ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ ଦିବା ୧୨ଟା ୨ମିନିଟ୍ ପରେ ଧୃତି ଯୋଗ । ବାଳବ କରଣ ଦିବା ୨ଟା ୨୪ ମିନିଟ୍ ପରେ କୌଳବ କରଣ । ମେଷ ରାଶିର ଘାତବାର । ଲାଉ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୦୩ଟା ୧୬ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୫ମିନିଟ୍ ରୁ ଦିବା ୧ଟା ୨୧ମିନିଟ୍, ରାତ୍ରି ୧ଟା ୧୫ମିନିଟ୍ ରୁ ୨ଟା ୪୨ମିନିଟ୍ ।
ଶୁଭସମୟ- ସକାଳ ୫ଟା ୩୭ମିନିଟ୍ ରୁ ୯ଟା ୪୪ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୧ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୪୬ମିନିଟ୍ ରୁ ୯ଟା ୫ମିନିଟ୍, ରାତ୍ର ୧୨ଟା ୧୧ମିନିଟ୍ ରୁ ରାତ୍ର ୧ଟା ୧୫ମିନିଟ୍, ରାତ୍ର ୨ଟା ୪୨ମିନିଟ୍ ରୁ ୩ଟା ୧୭ମିନିଟ୍ । ପର୍ବଦିନ-ସର୍ବସମ୍ମତ ଶ୍ରୀରାମନବମୀ, ବାସନ୍ତିକ ମହାନବମୀ ।
ମେଷ:-ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଣିଜ୍ୟ, ବ୍ୟବସାୟ, ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-ଅନେକ ଶୁଭ କର୍ମର ସୁଯୋଗ ପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଶତୃମାନେ ମଥାନତ କରିବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।
କର୍କଟ:-ଶୁଭ ସମାଚାର ପାଇ ମନ ଖୁସି ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ । ରାଜନୀତି କ୍ଷେତ୍ରରେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।
କନ୍ୟା:-ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ ଓ ଅଟକିଥିବା ଧନଲାଭ ହେବ । ଦିନଚର୍ଯ୍ୟା ସୁଖଦାୟକ ହେବ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ବ୍ୟବସାୟରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟା ଓ ଖେଳରେ ସଫଳ ହେବେ । ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ଲାଭ ପାଇବେ ଓ ଗୃହର ସମସ୍ୟା ଦୂର ହୋଇଯିବ । କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।
ତୁଳା:-ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ବ୍ୟବସାୟ କ୍ଷେତ୍ରରେ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପୁରୁଣା ସମ୍ପର୍କରୁ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ସୁଖ ସମ୍ପଦ ପ୍ରାପ୍ତି ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଶତୃମାନେ ପରାଜିତ ହୋଇ ପାରିବାରିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ଧନୁ:-ଜୀବନସାଥିଙ୍କ ସହଯୋଗରେ କିଛି ମହତ୍ଵ ପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ ହେବ । ବନ୍ଧୁମିତ୍ର ଆର୍ଥିକ ସହାୟତା କରିବା ଫଳରେ ପରିବାରରେ ଲାଗିରହିଥିବା ସମସ୍ୟା ସମାଧାନ ହୋଇଯିବ । ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ । ଅଟୋମୋବିଲରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନକର ଆୟ ବଢିବା ସହ ପ୍ରତିଦ୍ଵନ୍ଦୀମାନେ ଦୂରେଇ ଯିବେ । ପିଲାମାନଙ୍କ ଭୁଲକୁ ଅଣଦେଖା କରିନ୍ତୁ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମକର:-ଦୂରସ୍ଥାନକୁ ଯାତ୍ରା କରି ଆନନ୍ଦ ଅନୁଭବ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ । ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ବନ୍ଧୁମିତ୍ର ମାନେ ସହଯୋଗ କରିବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।
କୁମ୍ଭ:-ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବାହ୍ୟ ଯୋଗା ଯୋଗରେ ଲାଭ ମିଳିବ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ ।
ମୀନ:-ଶତୃ ପରାଜିତ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ । ସାମାଜିକ ଉତ୍ସବରେ ଭାଗ ନେବେ । ବ୍ୟବସାୟରେ ବାକି ଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ । ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ । ରାଜନୀତିରେ ଲୋକପ୍ରିୟତା ଯୋଗେ କେତେକ ସମସ୍ୟାର ସମାଧାନ ହେବ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।