ଦୈନିକ ରାଶିଫଳ: 10 ଏପ୍ରିଲ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ଛାତ୍ରଛାତ୍ରୀ ମାନେ ବିଦ୍ୟାରେ ସଫଳ ହେବେ। ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇ ମାନହାନୀର ସମ୍ଭାବନା ଅଧିକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ। ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କଥାବାର୍ତ୍ତାରେ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଅଧସ୍ତନକର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବିଦ୍ୟାରେ ମନନିବେଶ କରିବେ ଓ ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ସାମାଜିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଶତୃମାନେ ପରାଜିତ ହେବେ ଓ ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସହକର୍ମୀଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତି ଉପୁଜିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବ। ବ୍ୟବସାୟୀ ମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବା ସହ ଆର୍ଥିକ ଚିନ୍ତାରୁ ମୁକ୍ତି ମିଳିବ। ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ପରିସ୍ଥିତି ବଦଳିଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଓ ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଅନେକ ସମସ୍ୟା ସମାଧାନ କରି ସୁଖଶାନ୍ତି ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଜାଗାଜମି, ଯାନ ବାହାନ ଓ ଗୃହ ଉପକରଣ କ୍ରୟ କରି ପାରନ୍ତି। ଶତ୍ରୁମାନେ ପରାଜିତ ହେବା ସହ ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ସମାଜ ସେବାରେ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ବ୍ୟବସାୟରେ ମନ ଲଗେଇ କାମକଲେ ଅଶୁଭତ୍ୱ ନାଶହୋଇ ଶୁଭ ଫଳ ପ୍ରାପ୍ତି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!