ଦୈନିକ ରାଶିଫଳ: ୧୦ ଅଗଷ୍ଟ ୨୦୧୮
ମେଷ:-
ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-
କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ। ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ନିଶ୍ଚୟ ପାଇବେ। ପାରିବାରିକ ପତିଆରା ଭଲ ରହିବ। ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।
ମିଥୁନ:-
ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ। ବନ୍ଧୁମାନେ ଈର୍ଷାପରାୟଣ ହେବେ। ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତିହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ମହିଳାମାନଙ୍କର ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯିବ । ପରିବାରରେ ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତା ପ୍ରକଟ କରିବେ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।
<<Vastu>>> | <<< Jataka Bichara >>>
କର୍କଟ:-
ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ । ଯୁବକ ଯୁବତୀ ମାନେ ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସିହେବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।
ସିଂହ:-
କର୍ମକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ। ମହିଳାମାନେ ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ଦ୍ରବ୍ୟ କ୍ରୟ କରିବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ କରି ପିଲାଙ୍କୁ ବାଣ୍ଟନ୍ତୁ।
କନ୍ୟା:-
କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ମହିଳାମାନେ ପରିବାରରେ ସୁଖ-ସମୃଦ୍ଧି ପ୍ରାପ୍ତିରେ ଆତିବାହିତ କରିବେ। ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ।
ତୁଳା:-
କର୍ମକ୍ଷେତ୍ରରେ ଓ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବନାହିଁ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ହେବ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ପ୍ରତିକାର-ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ।
ବିଛା:-
ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତାକୁ ରକ୍ଷା କରିପାରିବେ। ସୁଖ-ସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ। ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ଟାଣିହୋଇ ଯିବେ। ମହିଳାମାନେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପ୍ରତିକାର:-ଷଣ୍ଢ ଓ ଗାଈଙ୍କୁ ପରିବା ଖାଇବାକୁ ଦିଅନ୍ତୁ ।
ଆହୁରି ପଢନ୍ତୁ: ଜାଣନ୍ତୁ! କର୍କଟ ରାଶି ବ୍ୟକ୍ତି ମାନଙ୍କର ଶୁଭ ଅଙ୍କ, ରତ୍ନ ଓ ରଙ୍ଗ।
ଧନୁ:-
ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। କୃତକର୍ମ ନିମନ୍ତେ ଅନୁଶୋଚନା ଓ ହଠାତ୍ ମତ ପରିବର୍ତ୍ତନ କରି ସମସ୍ତଙ୍କୁ ଚକିତ କରି ଦେବେ। ମାତୃସ୍ଥାନୀୟା ବ୍ୟକ୍ତିଙ୍କ ପାଇଁ ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ସୃଷ୍ଟି ହେବ। ଘର ତଥା ପରିବାରର କଥା ଚିନ୍ତାକରି କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବାସହ ଅସ୍ଥିରମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲାଭଳି କାମ କରିବେ । ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଆଜି ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ, ଏଣୁ ସତର୍କତା ଗ୍ରହଣ କରିବା ଭଲ। ପ୍ରତିକାର:- ଅସହାୟଙ୍କୁ ଅନ୍ନ ଦାନ ଦିଅନ୍ତୁ।
ମକର:-
କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ହୋଟେଲ, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ପନିପରିବା ଚାଷୀମାନେ ବିଶେଷ ଲାଭାନ୍ୱିତ ହେବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ:-
ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ। ପାରିବାରିକ କ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ ଓ ହସ ଖୁସିରେ ସମୟ କଟିବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।
ମୀନ:-
କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ । ସମୟ ଆନନ୍ଦମୟ ହେବ । ଆର୍ଥିକ ସାହାଯ୍ୟ ମିଳିବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ ନାହିଁ। ପାରିବାରିକ ଜୀବନ ସୁଖରେ କଟିବ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988