ଦୈନିକ ରାଶିଫଳ: ୧୦ ଅଗଷ୍ଟ ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ। ସୁଖ ସମ୍ପଦ ପ୍ରାପ୍ତି ହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ପରିବାରରେ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଭାଙ୍ଗିପଡିବେ ନାହିଁ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ:-

କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜ ନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ଭୁଲବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ଶାନ୍ତି ଆସିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ ହସ ଖୁସିରେ ଚଳିବେ। ରାଜନୀତିରେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଯଦିଚ ମାନହାନିର ଭୟ ନାହିଁ, ତଥାପି ସତର୍କ ରହିଲେ ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ। ପଦୋନ୍ନତିର ସମ୍ଭାବନା ରହିଛି । ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣ ମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!