ଦୈନିକ ରାଶିଫଳ: ୧୦ ଅଗଷ୍ଟ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୧୦ ତାରିଖ, ସୋମବାର, କର୍କଟ ମାସ ୨୬ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ମଳ ଷଷ୍ଠୀ ତିଥି, ସକାଳ ୬ଟା ୪୩ମିନିଟ୍ ଗତେ ସପ୍ତମୀ ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୦ମିନିଟ୍ ରୁ ୭ଟା ୩ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୭ମିନିଟ୍, ଦିବା ୪ଟା ୩୯ମିନିଟ୍ ରୁ ୫ଟା ୨୨ମିନିଟ୍, ସନ୍ଧ୍ୟା ୭ଟା ୧ମିନିଟ୍ ରୁ ୯ଟା ୧୩ମିନିଟ୍, ରାତ୍ର ୧୧ଟା ୫୩ମିନିଟ୍ ରୁ ୨ଟା ୨୮ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ। ଆଧ୍ୟାତ୍ମିକ ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। କୌଣସି କଥା ବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଗୃହୋପକରଣ କ୍ରୟ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମୟିକ ଶାରୀରିକ ପୀଡା ଭୋଗ କରିବେ। ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବ। କର୍ମରେ ଉନ୍ନତି ସହିତ ସଫଳତା ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ବ୍ୟବସାୟ କ୍ଷେତ୍ରରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବାଧା ଉପୁଜି ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସାଂସାରିକ ଜୀବନ ସୁଖମୟ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆକସ୍ମିକ ଅର୍ଥଲାଭ, ଆୟବୃଦ୍ଧି, ଋଣମୁକ୍ତି, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଶୁଭ ସମ୍ବାଦ ପାଇ ପାରନ୍ତି। କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ କଠିନ ପରିଶ୍ରମ କରି ଆଶା ମୁତାବକ ଫଳ ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ପାରିବାରିକ ଜୀବନରେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତିରେ ନିସ୍ଵାର୍ଥପର ଭାବ ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମ କ୍ଷେତ୍ରରେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଶାରିରୀକ ସୁସ୍ଥତା ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ପ୍ରାପ୍ତିହେବ। ବ୍ୟବସାୟିକ ପରିଣାମ ସନ୍ତୋଷ ଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଯୋଗେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!