ସାପ୍ତାହିକ ରାଶିଫଳ: ଅଗଷ୍ଟ ୧୦ ତାରିଖ ରୁ ଅଗଷ୍ଟ ୧୬, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାର ରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ।  ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ଭଲ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ହସଖୁସିରେ ସମୟ ବିତାଇବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇ ଯାଇ ଆୟ ଅପରିବର୍ତ୍ତିତ ରହିବ। କୃଷି ଓ ପ୍ରଶାସନିକ ସ୍ତରରେ ନିଜଲୋକଙ୍କ ସମସ୍ୟା ସଜାଡିବାର ସୁବିଧାପାଇ ଉଚ୍ଚ ସମ୍ମାନ ପାଇବେ। ଛାତ୍ର ଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ସେୟାର ବଜାରରେ ମୁନାଫା ମିଳିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ଶତୃ ପରାଜିତ ହେବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ସ୍ତରରେ ଖ୍ୟାତି ହେବ। ନୂତନବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମିତ୍ରଙ୍କ ସହିତ ସମୟ ବିତେଇବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିକାରକ୍ଷୀରଗୁଡ଼ ପଣାକରି ବରଗଛ ମୂଳରେ ଢ଼ାଳନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ।  ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:- 

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ ଓ ଉନ୍ନତି କରି ପାରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ ପରିବାରରେ ଆଦରପାଇ ସୁଖଭୋଗ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଛାତ୍ର ଛାତ୍ରୀମାନେ ମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।  

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିନାପରିଶ୍ରମରେ ଧନପ୍ରାପ୍ତି ହେବ। ବ୍ୟବସାୟରେ ନୂତନଧାରା ଖୋଲି ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ।  ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ।ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି। ଧର୍ମକାର୍ଯ୍ୟରେ ମତି ରହି ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-

ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପରିବାରରେ କିମ୍ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଆର୍ଥିକ ଦିଗରୁ ସୁବିଧା ପାଇ ବ୍ୟୟ ଅପେକ୍ଷା ଆୟ ଅଧିକ ହେବା ଫଳରେ ନୂତନ ସଂସ୍ଥାର ଆୟୋଜନ କରିବେ। ପୈତୃକ ସମ୍ପତ୍ତିକୁ ନେଇ ଥିବା ପାରିବାରିକ ଦ୍ୱନ୍ଦର ସମାଧାନ କରିବା ଫଳରେ ଉଚ୍ଚ ସମ୍ମାନ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପୂର୍ଣ୍ଣ ସଫଳତା ପାଇବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ପ୍ରେମ କ୍ଷେତ୍ରରେ ଅନେକ ସମସ୍ୟା ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର  ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଆୟରସ୍ରୋତ ଖୋଲିଯିବ। ପୁରାତନ ରୋଗର ଉପଶମ ହୋଇ ଯିବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ ଚର୍ଚ୍ଚାକ୍ଷେତ୍ରରୁ ଶୁଭଫଳ ମିଳିବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବା ଫଳରେ ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଅଭିଳାଷିତ ଜିନିଷ ସାମାନ୍ୟ ଚେଷ୍ଟାରେ ପାଇବେ। ଧାର୍ମିକ କାର୍ଯ୍ୟରେ ସହଯୋଗ କରିବେ। ବିଦ୍ୟାକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ବ୍ୟବସାୟଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଅତ୍ୟନ୍ତ ଶୁଭ ସମୟ। ବ୍ୟବସାୟର ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ରାଜନୀତିରେ କୃତକାର୍ଯ୍ୟ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ପାରିବାରିକ କ୍ଷେତ୍ରର ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ମିଳିବା ସହ ଉପରିସ୍ଥ କର୍ମି ଓ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ଆନନ୍ଦିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର- ଆରାଧ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତ୍ୟେକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ପରିବହନ କ୍ଷେତ୍ରରୁ ଲାଭବାନ ହେବେ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଗୁରୁ, ଗୁରୁଜନ ଓ ପିତୃତୁଲ୍ୟ ବ୍ୟକ୍ତିଙ୍କ ସହ ତିକ୍ତତାଭାବର ଅବସାନ ଘଟିବ। ଶତୃମାନେ ବିପଦରେ ପକାଇବା ପାଇଁ ଚେଷ୍ଟା କରି ଅପଦସ୍ତ ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ରାଜକୀୟ ମାମଲାରେ ସଫଳତା ମିଳିବ।  ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ପଦ ମର୍ଯ୍ୟାଦା ବୃଦ୍ଧିହେବ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!