ଦୈନିକ ରାଶିଫଳ: ୧୦ ଡିସେମ୍ବର ୨୦୧୮। ମହାଦେବଙ୍କ କୃପା ରହିବ ଏହି ସବୁ ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୦ ଡିସେମ୍ବର ୨୦୧୮। ମହାଦେବଙ୍କ କୃପା ରହିବ ଏହି ସବୁ ରାଶି ଉପରେ, ମିଳିବ କିଛି ଖୁସି ଖବର

ମେଷ-

ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ଅଛି। ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶିଯିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ସନ୍ତାନମାନଙ୍କ ଉନ୍ନତିପାଇଁ ଚିନ୍ତିତ ରହିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ଶୁଣିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ପ୍ରେମ-ପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ-

କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ।  ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ବାଦ-ବିବାଦରୁ ଦୂରତା ରକ୍ଷା କରନ୍ତୁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦେବ।

କର୍କଟ-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁମାନେ ମିତ୍ରତା ଆଚରଣ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ନୂତନ ଗୃହୋପକରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀ ମଧ୍ୟରେ ଭୁଲ୍ ବୁଝାମଣା ଦୂରେଇ ଯିବ। ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ। କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରି ପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ-

ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି।  ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା-

ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,  ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ। ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ। ପ୍ରତିକାର:-ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ତୁଳା-

ନୂତନ ଗୃହ ନିର୍ମାଣ ଭବିଷ୍ୟତ ପାଇଁ ଶୁଭ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଅତୀତର କୌଣସି ବିବାଦୀୟ ଘଟଣା ସମାଧାନ ହେବ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସହଜ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଖେଳକୁଦ ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟର  ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ ଓ ମାନ-ସମ୍ମାନ ବୃଦ୍ଧି  ହେବ। କୌଣସି ସମ୍ମିଳନୀରେ ଯୋଗଦେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ-

ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର-

କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ-

ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣ ମୁକ୍ତିର ରାସ୍ତା ପରିଷ୍କାର  ହେବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ରାଜନୀତିରେ ଫାଇଦା ଉଠାଇବେ। ପଢାପଢିରେ ମାନସିକ ଶାନ୍ତି ଓ ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରରେ  ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!