ଦୈନିକ ରାଶିଫଳ: ୧୦ ଡିସେମ୍ବର ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ମାନ ମନାନ୍ତର ଦୂର ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଉତ୍ତମ ରୋଜଗାର ହେବ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।     

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶ୍ରମିକମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ଶୁଭ ସମ୍ବାଦପାଇ ଖୁସିହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ସିଂହ:-

ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ହେବ । ଶିକ୍ଷା କ୍ଷେତ୍ରରେ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ ଓ କର୍ମକ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ  ଲାଭ ପାଇବେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ମାଲି ମୋକଦ୍ଦମାର ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ।  ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଦୂରଯାତ୍ରାରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ। ମାନସିକ ସ୍ଥିରତା ରହିବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କ ଠାରୁ ଯଥେଷ୍ଟ ସହାୟତା ପାଇବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା  ଠିକ୍ ହେବ ନାହିଁ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।  

କୁମ୍ଭ:-

ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ। କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ଅସ୍ୱସ୍ତି ପାଇବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିଯିବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ।  ପାରିବାରିକ ସମସ୍ୟା ସୁଧୁରି ଯିବ। ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!