ଦୈନିକ ରାଶିଫଳ: 10 ଡିସେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୧୦ତାରିଖ, ଗୁରୁବାର, ବିଛାମାସ ୨୫ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଦଶମୀତିଥି, ହସ୍ତାନକ୍ଷତ୍ର, ଦିବା ୧୦ଟା ୫୦ମିନିଟ୍ ଗତେ ଚିତ୍ରାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ, ଦିବା ୧୨ଟା ୫୧ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୧୫ମିନିଟ୍ ରୁ ୭ଟା ୪୦ମିନିଟ୍, ସନ୍ଧ୍ୟା ୫ଟା ୫୮ମିନିଟ୍ ରୁ ରାତ୍ର ୯ଟା ୨୭ମିନିଟ୍। ପର୍ବଦିନ:- ମାଣବସା ଗୁରୁବାର ଦ୍ଵିତୀୟ ପାଳି।

ମେଷ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା, ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ପୂର୍ଣ୍ଣହେବ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-

ଛାତ୍ର ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନପନ୍ଥା ଅନୁସରଣ କରିବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। କର୍ମ କ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କନ୍ୟା:-

ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କର୍ମକ୍ଷେତ୍ରରେ ପ୍ରବାସ ଯାତ୍ରାରେ ଲାଭବାନ ହେବେ। ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ତୁଳା:-

ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବ୍ୟବସାୟୀମାନେ ବୁଦ୍ଧିମତା କାରଣରୁ ପ୍ରଚୁର ଲାଭ କରିବେ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣି ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ। ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ସରକାରୀ କାର୍ଯ୍ୟରେ ସଫଳତା ପାଇବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ବନ୍ଧୁ ମିତ୍ର ମାନଙ୍କର ସହଯୋଗ ପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବା ସହ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟି କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ନେଇଥିବା ଲୋକ ଦେଉନଥିବା ଲୋକ କିମ୍ବା ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇ ଯିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ହେବ। ବନ୍ଧୁମିତ୍ରଙ୍କ ଆଗମନ ହେବା ଫଳରେ ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଆର୍ଥିକ ସମସ୍ୟାର ସମ୍ମୁଖୀନହୋଇ ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-

ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ବ୍ୟବସାୟ କ୍ଷେତ୍ରରେ କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ କଥାବାର୍ତ୍ତା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ପ୍ରେମିକ ପ୍ରେମିକାମାନଙ୍କର ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବିଦ୍ୟା କ୍ଷେତ୍ରରେ ମନଯୋଗ ଦେଇ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଖୁସିହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!