ଦୈନିକ ରାଶିଫଳ: 10 ଡିସେମ୍ବର 2022, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୧୦ତାରିଖ, ଶନିବାର, ବିଛାମାସ୨୫ଦିନ, ପୌଷମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି ଦିବା ୧ଟା ୪୮ମିନିଟ୍ ପରେ ତୃତୀୟାତିଥି, ଆର୍ଦ୍ରାନକ୍ଷତ୍ର ସନ୍ଧ୍ୟା ୫ଟା ୧୪ମିନିଟ୍ ପରେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ଶୁକ୍ଳଯୋଗ। ଗରକରଣ ଦିବା ୧ଟା ୪୮ମିନିଟ୍ ପରେ ବାଣିଜ୍ୟ କରଣ। ବୃଷ, ସିଂହ, କନ୍ୟା ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ ଦିବା ୧ଟା ୪୮ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ। ଯୋଗିନୀ- ଉତ୍ତରେ ଦିବା ୧ଟା ୪୮ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୬ଟା ୧୪ମିନିଟ୍ ରୁ ୭ଟା ୩୫ମିନିଟ୍, ଦିବା ୧ଟା ରୁ ୨ଟା ୨୧ମିନିଟ୍, ଦିବା ୩ଟା ୪୩ମିନିଟ୍ ରୁ ସନ୍ଧ୍ୟା ୬ଟା ୪୩ମିନିଟ୍, ରାତ୍ର ୪ଟା ୩୫ମିନିଟ୍ ରୁ ୬ଟା ୧୪ମିନିଟ୍। ଶୁଭସମୟ- ସକାଳ ୭ଟା ୪୧ମିନିଟ୍ ରୁ ୮ଟା ୫୫ମିନିଟ୍, ଦିବା ୧୨ଟା ୧ମିନିଟ୍ ରୁ ୧୨ଟା ୫୯ମିନିଟ୍, ଦିବା ୨ଟା ୨୨ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୩ଟା ୩୮ମିନିଟ୍ ରୁ ୩ଟା ୪୨ମିନିଟ୍, ରାତ୍ର ୨ଟା ୪୪ମିନିଟ୍ ରୁ ୩ଟା ୩୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମରେ ଉନ୍ନତି ସହିତ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। କୋର୍ଟକଚେରୀ ମାମଲାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଆର୍ଥିକ ସ୍ଥିତି ମଜଭୁତ ହେବ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶୁଭ କାମ କରି ପ୍ରଶଂସିତ ହେବେ। ସଭାସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ। ପନିପରିବା ଚାଷୀ ଓ ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଜମିବାଡି ନେଇ ଥିବା କେତେକ ସମସ୍ୟା ସମାଧାନ ହୋଇ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ବ୍ୟବସାୟ ବଢେଇବାର ପ୍ରୟାସ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତିହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବାସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ମୀନ:-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!