ଦୈନିକ ରାଶିଫଳ: ୧୦ ଫେବୃୟାରୀ ୨୦୧୯, ମା ସରସ୍ଵତୀଙ୍କ କୃପାରୁ ଏହି ସବୁ ରାଶିର ପ୍ରବଳ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୦ ଫେବୃୟାରୀ ୨୦୧୯

ମେଷ:-

କାମ-କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ  ସଫଳ ହେବେ ନାହିଁ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ।  ପ୍ରତିକାର- ଗୋଟାକୋଳଥ ଦରିଦ୍ରକୁ ଦାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜମିଜାଗା, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିବା ପାଇଁ କଥା ପକ୍କା ହୋଇଯିବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ଗୃହାପୋକରଣ ଓ ନୂତନ ଦ୍ରବ୍ୟ କ୍ରୟ କରିବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ରାଜନୀତିରେ ସମ୍ୟକ ବୃଦ୍ଧି ହେବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ।

ମିଥୁନ:-

ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ବ୍ୟାପାରରେ ନୂଆ ଅର୍ଡର ପାଇଁ ଚୁକ୍ତିପାତ୍ର ବା ଏଗ୍ରୀମେଣ୍ଟ କରିପାରିବେ। ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ଗୋଟାବିରି ଅସହାୟକୁ ଦାନ କରନ୍ତୁ।

କର୍କଟ:-

ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ରାଜନୀତି କ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଦୂରଯାତ୍ରା କଲେ କଷ୍ଟ ସହିବାକୁ ପଡିବ ଓ କଠିନ ପରିଶ୍ରମ କଲେ ସଫଳତା ପ୍ରାପ୍ତ ହେବ। ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ଭୋଜିଭାତରେ ଆଗ୍ରହ ବଢିବ। ପ୍ରତିକାର-ରୁଟି ଗାଈକୁ ଖାଇବାକୁ ଦେବେ।

କନ୍ୟା:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ଓ ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୁରଣ କରି ପାରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ ଓ ଅର୍ଡର ପାଇ ପାରନ୍ତି। କାହାକୁ ଉଧାର ଦେଇଥିବା ଓ ଅଟକିଥିବା ଟଙ୍କା ମିଳିଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଗୋଟାମୁଗ ଅସହାୟକୁ ଦାନ କରନ୍ତୁ।

ତୁଳା:-

ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର  ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। କୌଣସି ମାଙ୍ଗଳିକ ପ୍ରୟୋଜନ ଓ ଉତ୍ସବରେ ଯୋଗଦାନ କରିବେ। କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ମସୁରଡାଲି ଅସହାୟକୁ ଦାନ କରନ୍ତୁ।

ବିଛା:-

ମାଲିମୋକଦ୍ଦମାରେ ବଂଧୁଙ୍କ ସହଯୋଗରେ ବିଜୟ ପ୍ରାପ୍ତ ହେବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। କାରବାରରେ ଲାଭ ହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଟିମ୍ ୱାର୍କ, ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ। ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରିପାରିବେ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ଧନୁ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

ମକର:-

ସାମାଜିକ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ରାଜନୀତି କ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ନୂତନ କାମ ଆରମ୍ଭ କରିପାରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ କ୍ରିଡା, ପ୍ରତିଦ୍ଵନ୍ଦିତାରେ ଜୟଯୁକ୍ତ ହେବେ। ପ୍ରତିକାର-ମାଦକ ଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ। ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହେବ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। କୌଣସି ସାମାଜିକ ଓ ମାଙ୍ଗଳିକ ଆୟୋଜନରେ ଯୋଗ ଦେବେ। ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗୋଟାମୁଗ ଅସହାୟାକୁ ଦାନ କରନ୍ତୁ।

ମୀନ:-

ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ଅନେକ ଦିଗରୁ ଖୁସି ମିଳିବ। ପ୍ରେମୀପ୍ରେମିକଙ୍କ ମଧୁର ମିଳନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!