ଦୈନିକ ରାଶିଫଳ: ୧୦ ଫ୍ରେବୃୟାରୀ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ପୂରଣ ହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ବୃଷ:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ। କାର୍ଯ୍ୟକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସାମାଜିକ ସ୍ଥିତି ମାନସମ୍ମାନ ବୃଦ୍ଧିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ।  ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଜିବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

କର୍କଟ:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପାରିବାରିକ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କଲେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ। ପ୍ରତିକାର କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ। ଘାତ

ସିଂହ:-

ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟାର୍ଥି ମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ। ନୂତନ କର୍ମ ପ୍ରାପ୍ତି ହେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ। ଦୂର ଯାତ୍ରାରେ ଅତ୍ୟଧିକ ଆୟ ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ବିପଦର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର:- ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ।

ଧନୁ:-

ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। ପୁରୁଣା ସମସ୍ୟା ସୁଧୁରିଯିବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ପାରିବାରିକ କ୍ଷେତ୍ରରେ ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା ନକରିଲେ ଭଲ। ସତର୍କ ନହେଲେ ଯାନବାହନରେ ତ୍ରୁଟି ଦେଖା ଦେଇପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଶାରିରୀକ ଅସୁସ୍ଥତା ଦୂର ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମୀନ:-

ସାମାନ୍ୟଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯିବ। କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହୋଇ ପାରେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!