ଦୈନିକ ରାଶିଫଳ: 10 ଫେବୃୟାରୀ 2021, ଶ୍ରୀ ଗଣେଶଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ କର୍ମରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୧୦ତାରିଖ, ବୁଧବାର, ମକରମାସ ୨୮ଦିନ, ମାଘମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୨ମିନିଟ୍ ରୁ ୭ଟା ୫୧ମିନିଟ୍, ଦିବା ୧୦ଟା ୩୭ମିନିଟ୍ ରୁ ୧୧ଟା ୩୭ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ୪ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୩୧ମିନିଟ୍ ରୁ ରାତ୍ର ୧୦ଟା ୪୩ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ରଟନ୍ତି କାଳିକା ପୂଜା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରିରୀକ ଅସୁସ୍ଥତା ଦୂର ହେବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ମାନସିକ ଅଶାନ୍ତି ଦୂର ହେବ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋ ରଞ୍ଜନ ରେ ମଜ୍ଜିରହିବେ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଲୋକପ୍ରିୟତା ହାସଲ କରିବେ । ବାଦବିବାଦ ମାଲିମୋକଦ୍ଦମାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ । ନିରାଶା ଦୂର ହୋଇ ସ୍ଥିତି ସାମାନ୍ୟ ବଦଳିଯିବ । ପରୀକ୍ଷା ରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶିକ୍ଷାକ୍ଷେତ୍ରରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଉତ୍ତମ ରୋଜଗାର ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପ୍ରିୟଜନଙ୍କସହ ମିଳନ ହେବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ବିଚ୍ଛା:-

ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ । ରାଜନୀତିରେ ଯଶମାନ ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ବିରୋଧିମାନେ ଦୂରେଇ ଯିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ପ୍ରତିକାର-ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:-

ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତି ହେବା ସହ ଲାଭବାନ ହେବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଧନ ସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ । ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ । ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!